ଆସନ୍ତାକାଲିଠାରୁ ଯୁକ୍ତ ୨ ପରୀକ୍ଷା, ସାଢ଼େ ୧୦ଟା ପରେ ପହଞ୍ଚିଲେ ମିଳିବନି ପ୍ରବେଶ ଅନୁମତି

ଭୁବନେଶ୍ୱର, ୨୮।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ୩୦ମିନିଟ ପୂର୍ବରୁ ଛାତ୍ରୀଛାତ୍ରମାନେ ହଲ୍‌ରେ ବସିବେ। ପୂର୍ବାହ୍ନ ୧୦ଟାରେ ପ୍ରଶ୍ନପତ୍ର ବଣ୍ଟାଯିବ। ୧୫ ମିନିଟ୍‌ ମଧ୍ୟରେ ବଳକା ପ୍ରଶ୍ନପତ୍ର ସିଲ୍‌ କରାଯିବ। ୧୦ଟା ୩୦ ପରେ କୌଣସି ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବା ପାଇଁ ଅନୁମତି ମିଳିବ ନାହିଁ।

ସୂଚନାଯୋଗ୍ୟ, ଏଥର ୧,୧୪୫ଟି ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ମୋଟ ୧,୫୯୦ଟି ଉଚ୍ଚ ମାଧ୍ୟମିକ ସ୍କୁଲର ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ। ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ମୋଟ୍‌ ୩,୫୭,୯୪୨ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ଯୁକ୍ତ୨ ପରୀକ୍ଷାକୁ ସୁପରିଚାଳନା କରିବା ପାଇଁ ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସି କ୍ୟାମେରା ବାଧ୍ୟତାମୂଳକ କରାଯାଇଛି। ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ ଏବଂ ଅନ୍ୟାନ୍ୟ ବୈଦ୍ୟୁତିକ ଉପକରଣକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ପରୀକ୍ଷା ଦାୟିତ୍ୱରେ ଥିବା ଅଧ୍ୟାପକମାନେ ମଧ୍ୟ ମୋବାଇଲ ବ୍ୟବହାର କରିପାରିବେ ନାହିଁ। ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ପୂର୍ବରୁ ସମସ୍ତ ଅଧିକାରୀ, ଅବଜର୍ଭର, ସ୍କ୍ବାଡ୍‌ ମେମ୍ବର, ଜିଲା ପ୍ରଶାସନିକ ଅଧିକାରୀ ଏବଂ ଅନ୍ୟ କର୍ମଚାରୀମାନେ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ନିକଟରେ ମୋବାଇଲ ଫୋନ ଦାଖଲ କରିବେ। ଅପରପକ୍ଷେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ପ୍ରଶ୍ନପତ୍ର ନକଲି ବୋଲି ସିଏଚ୍‌ଏସ୍‌ଇ କହିଛି। ଏ ନେଇ ଛାତ୍ରୀଛାତ୍ର, ଅଭିଭାବକଙ୍କୁ ସିଏଚ୍‌ଏସ୍‌ଇ ସଚେତନ କରାଇବା ସହିତ ନକଲି ପ୍ରଶ୍ନପତ୍ରକୁ ଅପ୍‌ଲୋଡ୍‌ ନ କରିବାକୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri