ଆସନ୍ତାକାଲିଠାରୁ ଯୁକ୍ତ ୨ ପରୀକ୍ଷା, ସାଢ଼େ ୧୦ଟା ପରେ ପହଞ୍ଚିଲେ ମିଳିବନି ପ୍ରବେଶ ଅନୁମତି

ଭୁବନେଶ୍ୱର, ୨୮।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ୩୦ମିନିଟ ପୂର୍ବରୁ ଛାତ୍ରୀଛାତ୍ରମାନେ ହଲ୍‌ରେ ବସିବେ। ପୂର୍ବାହ୍ନ ୧୦ଟାରେ ପ୍ରଶ୍ନପତ୍ର ବଣ୍ଟାଯିବ। ୧୫ ମିନିଟ୍‌ ମଧ୍ୟରେ ବଳକା ପ୍ରଶ୍ନପତ୍ର ସିଲ୍‌ କରାଯିବ। ୧୦ଟା ୩୦ ପରେ କୌଣସି ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବା ପାଇଁ ଅନୁମତି ମିଳିବ ନାହିଁ।

ସୂଚନାଯୋଗ୍ୟ, ଏଥର ୧,୧୪୫ଟି ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ମୋଟ ୧,୫୯୦ଟି ଉଚ୍ଚ ମାଧ୍ୟମିକ ସ୍କୁଲର ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ। ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ମୋଟ୍‌ ୩,୫୭,୯୪୨ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ଯୁକ୍ତ୨ ପରୀକ୍ଷାକୁ ସୁପରିଚାଳନା କରିବା ପାଇଁ ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସି କ୍ୟାମେରା ବାଧ୍ୟତାମୂଳକ କରାଯାଇଛି। ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ ଏବଂ ଅନ୍ୟାନ୍ୟ ବୈଦ୍ୟୁତିକ ଉପକରଣକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ପରୀକ୍ଷା ଦାୟିତ୍ୱରେ ଥିବା ଅଧ୍ୟାପକମାନେ ମଧ୍ୟ ମୋବାଇଲ ବ୍ୟବହାର କରିପାରିବେ ନାହିଁ। ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ପୂର୍ବରୁ ସମସ୍ତ ଅଧିକାରୀ, ଅବଜର୍ଭର, ସ୍କ୍ବାଡ୍‌ ମେମ୍ବର, ଜିଲା ପ୍ରଶାସନିକ ଅଧିକାରୀ ଏବଂ ଅନ୍ୟ କର୍ମଚାରୀମାନେ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ନିକଟରେ ମୋବାଇଲ ଫୋନ ଦାଖଲ କରିବେ। ଅପରପକ୍ଷେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ପ୍ରଶ୍ନପତ୍ର ନକଲି ବୋଲି ସିଏଚ୍‌ଏସ୍‌ଇ କହିଛି। ଏ ନେଇ ଛାତ୍ରୀଛାତ୍ର, ଅଭିଭାବକଙ୍କୁ ସିଏଚ୍‌ଏସ୍‌ଇ ସଚେତନ କରାଇବା ସହିତ ନକଲି ପ୍ରଶ୍ନପତ୍ରକୁ ଅପ୍‌ଲୋଡ୍‌ ନ କରିବାକୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?