Posted inରାଜ୍ୟ

ଯୁକ୍ତ୨ ପରୀକ୍ଷା: ଦୈନିକ ଯାଞ୍ଚ ହେବ ଟ୍ୟାଗ୍‌ ସେଣ୍ଟର

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ୨୦୨୩ ଯୁକ୍ତ୨ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ତାରିଖ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଉଦ୍ୟମ ହେଉଛି। ତେବେ ଚଳିତବର୍ଷ ୨ଥର ଫର୍ମ ପୂରଣ କରିବାକୁ ପିଲାଙ୍କୁ ସୁଯୋଗ ଦିଆଯାଇଥିଲା। ଆବଶ୍ୟକ ହେଲେ ପୁଣି ଫର୍ମପୂରଣ କରିବାକୁ ଶେଷ ସୁଯୋଗ ଦିଆଯିବ ବୋଲି ବିଚାର କରାଯାଉଛି। ହେଲେ ସେ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ହୋଇନାହିଁ।

୨୦୨୦ ଓ ୨୦୨୧ରେ ଅଫ୍‌ଲାଇନ୍‌ ପରୀକ୍ଷା କରା ନ ଯାଇ ବିକଳ୍ପ ବ୍ୟବସ୍ଥାରେ ମାର୍କିଂ କରାଯାଇଥିଲା। ୨୦୨୨ରେ ଅଫ୍‌ଲାଇନ୍‌ ପରୀକ୍ଷା କରିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଥିଲା। ମାତ୍ର ପରୀକ୍ଷାରେ ସ୍ବଚ୍ଛତା ଲାଗି ଯେତିକି ପଦକ୍ଷେପ ଗ୍ରହଣ କରିବାକୁ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଥିଲା ତାହା ବିଳମ୍ବ କାରଣରୁ ଲାଗୁ କରାଯାଇ ପାରି ନ ଥିଲା। ମାତ୍ର ୨୦୨୩ ପରୀକ୍ଷାରେ ସ୍ବଚ୍ଛତାକୁ ଗୁରୁତ୍ୱ ଦେଇ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଯୁକ୍ତ୨ ପରିଷଦ ପକ୍ଷରୁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହେଉଛି। ଜାନୁୟାରୀରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ପ୍ରାକ୍ଟିକାଲ ପରୀକ୍ଷା ଓ ମାର୍ଚ୍ଚ ଦ୍ୱିତୀୟ ସପ୍ତାହ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରୁ ଥିଓରି ପରୀକ୍ଷା କରିବାକୁ ଯୋଜନା କରାଯାଇଛି। ରାଜ୍ୟରେ ୨,୦୬୫ଟି ଉଚ୍ଚ ମାଧ୍ୟମିକ ସ୍କୁଲ ରହିଛି।

ଚଳିତବର୍ଷ ପ୍ରାୟ ୧,୧୫୦ରୁ ୧,୨୦୦ ଉଚ୍ଚ ମାଧ୍ୟମିକ ସ୍କୁଲକୁ ପରୀକ୍ଷା କେନ୍ଦ୍ର ଭାବେ ଚୟନ କରିବାକୁ ନିଷ୍ପତ୍ତି ହୋଇଛି। ପରୀକ୍ଷା ସୁପରିଚାଳନା ଲାଗି ପ୍ରଥମକରି ସରକାରୀ ତଥା ଜିଲା କଲେଜ ଅଧୀନରେ ଥିବା ପରୀକ୍ଷା କେନ୍ଦ୍ରଗୁଡ଼ିକୁ ଟ୍ୟାଗ୍‌ କରାଯିବ। ଏହି ଟ୍ୟାଗ୍‌ ସେଣ୍ଟରକୁ ଦୈନିକ ଯାଞ୍ଚ ହେବ। ପରୀକ୍ଷା କେନ୍ଦ୍ରରେ ଗୋଟିଏ ଶ୍ରେଣୀରେ ଯେପରି କମ୍‌ ସଂଖ୍ୟକ ପରୀକ୍ଷାର୍ଥୀ ବସି ପରୀକ୍ଷା ଦେବେ ସେଥିଲାଗି ଅଧିକ ସଂଖ୍ୟକ ଉଚ୍ଚ ମାଧ୍ୟମିକ ସ୍କୁଲକୁ ମନୋନୀତ କରାଯିବ। କଲେଜରେ ସିସି ଟିଭି ସହ ୨୪ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଲାଗି ପଦକ୍ଷେପ ଗ୍ରହଣ କରାଯିବ। ପ୍ରତି ଜୋନ୍‌ୱାରି ତ୍ରିସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା ରହିବ। ଆଡମିଟ୍‌ କାର୍ଡରେ ବାର୍‌କୋଡ୍‌ ବ୍ୟବସ୍ଥା ରଖିବାକୁ ନିଷ୍ପତ୍ତି ହୋଇଛି। ଏହାଦ୍ୱାରା ନକଲି ପରିକ୍ଷାର୍ଥୀଙ୍କୁ ଧରିବାରେ ସହଜ ହେବ। ବିଶେଷକରି ପରୀକ୍ଷା ପରିଚାଳନା ସହ ମୂଲ୍ୟାଙ୍କନ ଏବଂ ରେଜଲ୍ଟ ପ୍ରକାଶ ଯେପରି ସୁରୁଖୁରୁରେ ଶେଷ ହେବ ସେଥିଲାଗି ପରିଷଦ ପକ୍ଷରୁ ମାନସ ମନ୍ଥନ ଆରମ୍ଭ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?