ଆଜି ସରିବ ଯୁକ୍ତ୨ ପରୀକ୍ଷା: ୧୫ ଦିନ ମଧ୍ୟରେ ବାହାରିବ ଫଳାଫଳ

ଭୁବନେଶ୍ୱର, ୨୦।୩ (ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହେବ। ଶେଷଦିନ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ରହିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ପୂର୍ବରୁ ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ଦିଆଯାଇଥିଲା। ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ପ୍ରକାଶ କରାଯିବାର ଯୋଜନା ରହିଛି। ପରୀକ୍ଷା ସରିବାର ଦୁଇଦିନ ପରେ ଅର୍ଥାତ୍‌ ମାର୍ଚ୍ଚ ୨୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ମାର୍ଚ୍ଚ ୨୨ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ। ସେହିପରି ଏପ୍ରିଲ ୪ରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ କରାଯିବ। ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଅନ୍‌ଲାଇନ ଓ ଅଫ୍‌ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ଅନ୍‌ଲାଇନରେ ଖାତାଦେଖା ହେବ। ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍‌ଲାଇନରେ ହେବ। ଚଳିତ ବର୍ଷ ଖାତାଦେଖାରେ ପ୍ରାୟ ୧୫ ହଜାର ଅଧ୍ୟାପିକା ଓ ଅଧ୍ୟାପକ ନିୟୋଜିତ ହେବେ। ସୂଚନାଯୋଗ୍ୟ, ଯୁକ୍ତ୨ ପରୀକ୍ଷା ଫେବୃଆରୀ ୧୬ରୁ ଆରମ୍ଭ ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ସେମାନଙ୍କ ମଧ୍ୟରେ ରେଗୁଲାର ୩ ଲକ୍ଷ ୬୦ ହଜାର ୧୯୮ ଏବଂ ଏକ୍ସରେଗୁଲାର ପରୀକ୍ଷାର୍ଥୀ ୨୬ ହଜାର ୫୨ ଜଣ ରହିଛନ୍ତି। କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଏବଂ ଧନ୍ଦାମୂଳକରେ ୫ ହଜାର ୭୯୧ ଜଣ ଏଥର ପରୀକ୍ଷା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?