ରାଜ୍ୟରେ ବାତିଲ ହେଲା +୨ ପରୀକ୍ଷା

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ବାତିଲ ହେଲା ବାକିଥିବା +୨ ପରୀକ୍ଷା। କଳା, ବିଜ୍ଞାନ, ବାଣିଜ୍ୟର ବାକିଥିବା ପରୀକ୍ଷା ବାତିଲ ହୋଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ଏ ନେଇ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, କରୋନା ସ୍ଥିତି ଦେଖି ଆଉ ପରୀକ୍ଷା କରିବା ସମ୍ଭବ ନୁହେଁ। ମାର୍ଚ୍ଚ ୨୩ରୁ ୨୮ ମଧ୍ୟରେ ଥିବା ପରୀକ୍ଷା ବାତିଲ କରାଯାଇଛି। ତେବେ ପରୀକ୍ଷା ବାତିଲ ହୋଇଥିବାରୁ ସିବିଏସ୍‌ଇ ଢାଞ୍ଚାରେ ମାର୍କିଂ ହେବ। ଛାତ୍ରୀଛାତ୍ରମାନେ ଦେଇଥିବା ପରୀକ୍ଷାର ଆଭରେଜ ଦେଖି ମାର୍କିଂ କରାଯିବ। ଯେଉଁମାନେ ୫ଟି ପରୀକ୍ଷା ଦେଇଥିବେ, ସେମାନଙ୍କର ଶ୍ରେଷ୍ଠ ୩ଟିରୁ ଆଭରେଜ୍‌ ନିଆଯିବ। ଯେଉଁମାନେ ୪ଟି ପରୀକ୍ଷା ଦେଇଥିବେ, ଶ୍ରେଷ୍ଠ ୨ଟି ଦେଖି ଆଭରେଜ୍‌ ମାର୍କ ଦିଆଯିବ। କମ୍ପାର୍ଟମେଣ୍ଟାଲ ପରୀକ୍ଷାର୍ଥୀଙ୍କ ଗତ ବର୍ଷ ଶ୍ରେଷ୍ଠ ମାର୍କ ଦେଖି ଆଭରେଜ୍‌ ନିଆଯିବ।ଯେଉଁ ଛାତ୍ରୀଛାତ୍ରମାନେ ନିଜ ମାର୍କରେ ସନ୍ତୁଷ୍ଟ ହେବେ ନାହିଁ, କରୋନା ସ୍ଥିତି ଟଳିଲେ ପରୀକ୍ଷା ଦେବେ। ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରୁଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri