ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହି ପରୀକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଥମ ଦିନ ବିଜ୍ଞାନ ବର୍ଗ ଛାତ୍ରୀଛାତ୍ରମାନେ ମାତୃଭାଷା ପରୀକ୍ଷା ଦେବେ। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଅଧଘଣ୍ଟା ପୂର୍ବରୁ ପରୀକ୍ଷାକେନ୍ଦ୍ରକୁ ଛାତ୍ରୀଛାତ୍ର ପ୍ରବେଶ କରିବେ। ପରୀକ୍ଷା ଆରମ୍ଭର ୧୦ ମିନିଟ୍‌ ପୂର୍ବରୁ ଉତ୍ତରଖାତା ଦିଆଯିବ। ପ୍ରଶ୍ନପତ୍ରରେ ଯଦି କୌଣସି ସମସ୍ୟା କିମ୍ବା ତ୍ରୁଟି ରହିଥିବ, ତେବେ ତୁରନ୍ତ ପରୀକ୍ଷକଙ୍କୁ ଅବଗତ କରାଇବାକୁ ସୂଚନା ଦିଆଯାଇଛି।
ପରୀକ୍ଷା ପୂର୍ବରୁ କଡ଼ା ସୁରକ୍ଷା ମଧ୍ୟରେ ମୋଟ ୨୧୧ଟି ହବ୍‌ରେ ପ୍ରଶ୍ନପତ୍ର ରହିଛି। ହବ୍‌ରୁ ସମସ୍ତ ପ୍ରଶ୍ନପତ୍ର ପ୍ୟାକେଟ ସକାଳ ସାଢ଼େ ୮ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ। ଯୁକ୍ତ ୨ ପରୀକ୍ଷାରେ କପିକୁ ଆଦୌ ପ୍ରଶ୍ରୟ ଦିଆଯିବ ନାହିଁ। ପ୍ରବେଶ ପଥରେ ହିଁ ଛାତ୍ରୀଛାତ୍ରଙ୍କୁ ଦୁଇସ୍ତରରେ କଡ଼ାକଡ଼ି ଭାବେ ଯାଞ୍ଚ କରାଯିବ। ପରୀକ୍ଷା କେନ୍ଦ୍ର ଭିତରକୁ ଯେପରି ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଯାଇ ନ ପାରିବ, ସେଥିପାଇଁ ପରୀକ୍ଷାର୍ଥୀଙ୍କୁ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯାଇଛି। ସ୍ବତନ୍ତ୍ର କନାରେ ତିଆରି କୋଠରିରେ ଛାତ୍ରୀଙ୍କୁ ମହିଳା ଓ ଛାତ୍ରଙ୍କୁ ପୁରୁଷ ପରୀକ୍ଷା ନିରୀକ୍ଷକମାନେ ଯାଞ୍ଚ କରିବେ। ପରୀକ୍ଷା ସହ ଜଡ଼ିତ ନ ଥିବା କୌଣସି ବ୍ୟକ୍ତି ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିପାରିବେ ନାହିଁ। ପରୀକ୍ଷା ଆରମ୍ଭର ଅଧଘଣ୍ଟା ପୂର୍ବରୁ ପରୀକ୍ଷାର୍ଥୀମାନେ ହଲ୍‌କୁ ପ୍ରବେଶ କରିବେ। ଚଳିତବର୍ଷ ମୋଟ ୪ ଲକ୍ଷ ୧ ହଜାର ୬୨୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। କଳାରେ ସର୍ବାଧିକ ୨ ଲକ୍ଷ ୫୬ ହଜାର ୭୦୭, ବାଣିଜ୍ୟରେ ୨୪ ହଜାର ୬୨୧, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର ୩୬୩ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫୯୩୨ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri