ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨ା୭(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ ନାମଲେଖା ନିମନ୍ତେ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ ବଢ଼ାଯାଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ୨୦ ତାରିଖରେ ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରୀଛାତ୍ର ୨୨ରୁ ୨୭ତାରିଖ ମଧ୍ୟରେ ନାମ ଲେଖାଇବେ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଥିବା ଛାତ୍ରୀଛାତ୍ର ଅନ୍ୟ ଶିକ୍ଷାନୁଷ୍ଠାନରେ ପଢ଼ିବାକୁ ଇଚ୍ଛୁକ ଥିଲେ ୨୨ରୁ ୩୦ ତାରିଖ ମଧ୍ୟରେ ସ୍ଲାଇଡ୍‌ ଅପ୍‌ ଅପସନ୍‌ ଦେଇପାରିବେ। ଅଗଷ୍ଟ ୫ରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଅଗଷ୍ଟ ୭ରୁ ୧୦ ତାରିଖ ମଧ୍ୟରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ର ନାମ ଲେଖାଇବେ। ଅନ୍ୟ ଉଚ୍ଚତର ଶିକ୍ଷାନୁଷ୍ଠାନରେ ସ୍ପଟ୍‌ ନାମଲେଖାରେ ଅଂଶଗ୍ରହଣ କରିବା ପାଇଁ ଅଗଷ୍ଟ ୧୨ରୁ ୧୪ ତାରିଖ ଯାଏ ଚଏସ୍‌ ଲକିଂ କରିପାରିବେ। ଅଗଷ୍ଟ ୨୦ରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୨୨ତାରିଖ ମଧ୍ୟାହ୍ନରୁ ୨୮ତାରିଖ ଅପରାହ୍ନ ୬ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ଅଗଷ୍ଟ ୧ତାରିଖରୁ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri