୨ ନକଲି ଅଧ୍ୟାପକ ବହିଷ୍କୃତ: ଫେରାଇବେ ନେଇଥିବା ସବୁ ଦରମା

ବଲାଙ୍ଗୀର,୨୬।୮: ୪ ନକଲି ଶିକ୍ଷକଙ୍କୁ ପୂର୍ବରୁ ବହିଷ୍କୃତ କରିଥିବା ରାଜ୍ୟ ସରକାର ବର୍ତ୍ତମାନ ଦୁଇ ଜଣ ଅଧ୍ୟାପକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି । ସେମାନେ ହେଲେ ବଲାଙ୍ଗୀର ଯୋଗୀମୁଣ୍ଡା ଉଚ୍ଚ ମାଧ୍ୟମିକ ସ୍କୁଲ ଓ ରାଜେନ୍ଦ୍ର ମେହର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଲିଙ୍ଗରାଜ ମେହେର ଓ ନରେନ୍ଦ୍ର ନାଗ । ଉଭୟ ଜାଲ ମାର୍କସିଟ ଦେଇ ଚାକିରି ପାଇଥିବାର ଅଭିଯୋଗ ହୋଇଛି।
ପାଟଣାଗଡ଼ ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପାଟଣାଗଡ଼ ଥାନାରେ ଏହି ଦୁଇ ଅଧ୍ୟାପକଙ୍କ ବିରୋଧରେ ଏତଲା ଦିଆଯାଇଛି। ଏଥିସହ ଉଭୟ ଦରମା ଆକାରରେ ନେଇଥିବା ୬୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଉଭୟଙ୍କୁ ୩୧ ଲକ୍ଷ ୬୦ ହଜାର ୨୫୨ ଟଙ୍କା ଲେଖାଏ ଫେରସ୍ତ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri