ବଜ୍ରପାତରେ ୨ ଚାଷୀଙ୍କ ମୃତ୍ୟୁ

ନିରାକାରପୁର/ପିପିଲି,୨୯।୪(ଡି.ଏନ୍‌.ଏ./ସ୍ବ.ପ୍ର.): ରାଜ୍ୟର ବିଭିନ୍ନ ଜିଲାରେ ଶୁକ୍ରବାର ବର୍ଷା ହେବା ସହ ବଜ୍ରପାତ ହୋଇଛି। ଏହି ବଜ୍ରପାତରେ ଦୁଇ ଜଣ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ହରିପୁରପାଟଣାର ଜଳନ୍ଧର ସାମନ୍ତରାୟ(୭୦) ଓ ପୁରୀ ଜିଲା ପିପିଲି ବ୍ଲକ ଅନ୍ତର୍ଗତ ପୋଡ଼ଙ୍ଗ ଗୁରୁସାହିର ଜାପାନୀ ଗୁରୁ(୪୦)। ସୂଚନା ମୁତାବକ, ହରିପୁରପାଟଣାର ଜଳନ୍ଧର ସକାଳେ ବିଲକୁ ଯାଇଥିବା ବେଳେ ହଠାତ୍‌ ବର୍ଷା ହୋଇଥିଲା। ଫଳରେ ସେ ସେଠାରେ ଥିବା ଏକ ପୋଖରୀ ବନ୍ଧ ନିକଟକୁ ପଳାଇଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ତାଙ୍କ ଶରୀରର ବିଭିନ୍ନ ସ୍ଥାନ ପୋଡ଼ିଯାଇଥିଲା। ପରିବାର ଲୋକ ପହଞ୍ଚି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଖୋର୍ଦ୍ଧା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ମୃତକଙ୍କ ପୁଅ ରମେଶ ସାମନ୍ତରାୟ ନିରାକାରପୁର ଥାନାରେ ଅଭିଯୋଗ କରିଛନ୍ତି। ସେହିପରି ପୋଡଙ୍ଗ ଗୁରୁସାହିର ଜାପାନୀ ସକାଳେ ଗୁହାଳରେ ଗୋରୁଙ୍କୁ ଖାଦ୍ୟ ଦେଇ ଘରକୁ ଫେରୁଥିଲେ। ଏହି ସମୟରେ ହଠାତ୍‌ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରପାତ ଆଘାତରେ ସେହିଠାରେ ଜାପାନୀ ଅଚେତ ହୋଇପଡ଼ିଥିଲେ। ପରିବାରଲୋକେ ତାଙ୍କୁ ସ୍ଥାନୀୟ ମଙ୍ଗଳପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପିପିଲି ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପରେ ଜିଲା ପରିଷଦ ସଭ୍ୟ ଧରଣୀଧର ସାହୁ, ବ୍ଲକ ଅଧ୍ୟକ୍ଷା ଦେବସ୍ବିନୀ ନନ୍ଦ, ଯୁବନେତା ବିଶ୍ବଜିତ୍‌ ଦାଶ, ଜୟନ୍ତ ଦାସ ପ୍ରମୁଖ ମୃତ ଜାପାନୀଙ୍କ ଘରେ ପହଞ୍ଚି ପରିବାରବର୍ଗଙ୍କୁ ସାନ୍ତ୍ୱନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri