ଧାନତଳି ବଞ୍ଚାଇବାକୁ ଯାଇ ନଦୀରେ ଫସିଗଲେ ୨ ଚାଷୀ

ଭବାନୀପାଟଣା,୮ା୮(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ଏକ ଅଭବାନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଧାନ ତଳିକୁ ବଞ୍ଚାଇବା ଯାଇ ନଦୀରେ ୨ ଚାଷୀ ଜଳବନ୍ଦୀ ହୋଇଥିଲେ। ଦୀର୍ଘ ସମୟ ଧରି ଜଳରେ ଫସିରହିବା ପରେ ଅଗ୍ନିଶମ ବିଭାଗ ସେମାନଙ୍କୁ ଉଦ୍ଧାର କରିଛି।

କଳାହାଣ୍ଡି ଜିଲା ଜୟପାଟଣା ବ୍ଲକରେ ରବିବାର ରାତିରେ ଜିଲାରେ ସବୁଠୁ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏପରିସ୍ଥଳେ ବ୍ଲକର କାଦୋପଦର ଗ୍ରାମର ଅର୍ଜୁନ ମାଝି ଓ ମଣିଧାର ରାଉତ ୨ ଚାଷୀ ନିଜ ଧାନ ତଳିକୁ ଚାଷଜମିରୁ ସୁରକ୍ଷିତ ସ୍ଥାନକୁ ନେବା ସମୟରେ ଦୁଇ ପାର୍ଶ୍ୱରେ ଥିବା ଗାଈଧାର ଓ ହାତୀ ନଦୀରେ ହଠାତ୍‌ ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ଏହି ୨ଚାଷୀ ବାହାରକୁ ବାହାରି ନ ପାରି ଦୀର୍ଘ ସମୟ ଧରି ଦୁଇ ନଦୀ ମଧ୍ୟରେ ଜଳବନ୍ଦୀ ହୋଇ ରହିଥିଲେ। ସ୍ଥାନୀୟ ଲୋକେ ଜୟପାଟଣା ଅଗ୍ନିଶମ ବିଭାଗକୁ ଜଣାଇବା ପରେ ସେମାନଙ୍କୁ ପାଣିରୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା ଅଗ୍ନିଶମ ବିଭାଗ।
ଫଳରେ ଅଳ୍ପକେ ମୃତ୍ୟୁମୁଖରୁ ବଞ୍ଚି ଯାଇଥିଲେ ୨ ଚାଷୀ। ଅନ୍ୟପଟେ,ବନ୍ୟା ଜଳରେ ଗୋଟିଏ ଗାଈ, ଗୋଟିଏ ପାଓ୍ବାରଟିଲର,ମୋଟର ପମ୍ପ ଭାସି ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…

ଭୁବନେଶ୍ୱର, ୨୯।୮(ସୁନିତ୍‌ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri