ପୋଖରୀ ହିଡ଼ ଖୋଳିବା ବେଳେ ଧସିଲା ମାଟି: ଚାଲିଗଲା ୨ ଚାଷୀଙ୍କ ଜୀବନ

ଟିଟିଲାଗଡ଼,୧୮ା୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଲକ ଅଦାବାହାଲ ପଞ୍ଚାୟତ ଅଧୀନ ଡୁଙ୍ଗରିଗୁଡା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ପାଣି ମଡାଇବା ପାଇଁ ପୋଖରୀ ହିଡ଼ ଖୋଳିବା ବେଳେ ମାଟି ଧସିବାରୁ ତଳେ ଚାପି ହୋଇ ୨ ଚାଷୀଙ୍କ ଜୀବନ ଯାଇଛି। ମୃତକ ହେଲେ ଜମି ମାଲିକ ଗଣେଶ ବାଗ (୫୦ )ଓ ଶ୍ରମିକ ପରଦେଶୀ ଭୋଇ (୨୫ )।

ପ୍ରକାଶ ଯେ, ଚାଷ ଜମିରେ ପାଣି ନ ଥିବାରୁ ଗତ କିଛି ଦିନ ହେବ ଗଣେଶ ଓ ପରଦେଶୀ ଉକ୍ତ ପୋଖରୀ ହିଡକୁ କାଟିବା ପାଇଁ ଯାଉଥିଲେ। ରବିବାର ଉଭୟ ଯାଇଥିବା ବେଳେ ଅପରାହ୍ନରେ ଘରକୁ ଖାଇବା ପାଇଁ ନ ଆସିବାରୁ ପରିବାର ଲୋକେ ଘଟଣାସ୍ଥଳକୁ ଯାଇ ଖୋଜାଖୋଜି କରିଥିଲେ। ସେମାନଙ୍କ ପତ୍ତା ନ ମିଳିବାରୁ ଖୋଲାନ ସରପଞ୍ଚ ନରେଶ ଅଗ୍ରୱାଲଙ୍କୁ ଫୋନ ଯୋଗେ ଜଣାଇଥିଲେ । ସରପଞ୍ଚ ଅଗ୍ରୱାଲଙ୍କଠାରୁ ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ମାଟି ତଳୁ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରିଥିଲେ। ଏନେଇ ସିନ୍ଧେକେଲା ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୪/୨୦୨୨) ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଟିଟିଲାଗଡ ଉପଖଣ୍ଡ ଡାକ୍ତରଖାନା ପଠାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri