ଖାତାଦେଖାକୁ ବିଦ୍ୟୁତ୍‌ ବିଭ୍ରାଟ ଅଡୁଆ

ଢେଙ୍କାନାଳ ଅଫିସ, ୧୧।୪: ବିଦ୍ୟୁତ୍‌ ବିଭ୍ରାଟ ଯୋଗୁ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୋମବାରଠାରୁ ଆରମ୍ଭ ହୋଇଥିବା ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ଖାତା ଦେଖା ବାଧାପ୍ରାପ୍ତ ହୋଇଛି। ଏଭଳି ଲାଗି ରହିଲେ ନିର୍ଦ୍ଧାରିତ ସମୟରେ ମୂଲ୍ୟାୟନ ସରିବ ନାହିଁ ବୋଲି ଆଶଙ୍କା ବ୍ୟକ୍ତ କରିଛନ୍ତି କଲେଜ କର୍ତ୍ତୃପକ୍ଷ।
ଢେଙ୍କାନାଳ କଲେଜରେ ଅଫ୍‌ଲାଇନ୍‌ ଖାତାଦେଖାରେ ୧୦୭ ଏବଂ ଅନ୍‌ଲାଇନ୍‌ ଖାତାଦେଖାରେ ୨୮ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିୟୋଜିତ କରାଯାଇଛି। ମେ’ ମାସ ସୁଦ୍ଧା ପରୀକ୍ଷା ଫଳ ବାହାରିବ ବୋଲି ସରକାର ଲକ୍ଷ୍ୟ ରଖିଛନ୍ତି। ତେବେ ସହରରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ବିଦ୍ୟୁତ୍‌ ଖୁଣ୍ଟ ସ୍ଥାନାନ୍ତର କରାଯାଉଥିବାରୁ ସକାଳୁ ଦୀର୍ଘ ସମୟ ଯାଏ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯାଇଛି। ତେଣୁ ଖାତାଦେଖା କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ପରୀକ୍ଷାଖାତା ମୂଲ୍ୟାୟନ ବେଳେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ଯୋଗାଇ ଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ରହିଛି। ତଥାପି ଏଭଳି ବିଭ୍ରାଟ ଚିନ୍ତାର କାରଣ ପାଲଟିଛି।
ଏ ସଂକ୍ରାନ୍ତରେ କଲେଜ ଅଧ୍ୟକ୍ଷ ପ୍ରଫେସର ରଞ୍ଜିତ ପ୍ରଧାନ କୁହନ୍ତି, ଢେଙ୍କାନାଳ କଲେଜରେ ୨ ପର୍ଯ୍ୟାୟରେ ଯୁକ୍ତ୨ ଖାତାଦେଖା ହେବ। ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୧୦ରୁ ୨୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଏପ୍ରିଲ ୨୫ରୁ ମେ ୭ ଯାଏ ଏହା ଜାରି ରହିବ। ପ୍ରଥମ ଦିନରେ ମଧ୍ୟାହ୍ନ ୧୨ଟା ସୁଦ୍ଧା ୬୦% ଶିକ୍ଷୟିତ୍ରୀଶିକ୍ଷକ ପହଞ୍ଚତ୍ଥିଲେ। ତେବେ ବିଦ୍ୟୁତ୍‌ ବିଭ୍ରାଟ ଯୋଗୁ ଅନ୍‌ଲାଇନ୍‌ ଖାତାଦେଖା ପ୍ରଭାବିତ ହୋଇଛି। ଏ ନେଇ ବିଦ୍ୟୁତ୍‌ ବିଭାଗୀୟ ଯନ୍ତ୍ରୀ ଏବଂ ଅଧିକାରୀଙ୍କୁ ଅବଗତ କରାଯାଇଛି। ଏଭଳି ବିଭ୍ରାଟ ଜାରି ରହିଲେ ମୂଲ୍ୟାୟନ ନିର୍ଦ୍ଧାରିତ ସମୟରେ ସରିବ ନାହିଁ ବୋଲି କଲେଜ ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri