ସାଥୀ ମତ୍ସ୍ୟଜୀବୀଙ୍କ କଟୁରି ଆକ୍ରମଣରେ ୨ ଗୁରୁତର

ମହାକାଳପଡ଼ା,୧୭ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମାଦଳି ମୁହାଁଣ ନିକଟ ମଝି ସମୁଦ୍ରରେ ଗୌରୀ ନାମକ ମାଛଧରା ବୋଟ୍‌ରେ ଶୁକ୍ରବାର ସକାଳ ଏକ ଅଭାବନୀୟ ଘଟଣା ଘଟିଛି ା ଜଣେ ମତ୍ସ୍ୟଜୀବୀଙ୍କ କଟୁରି ଚୋଟରେ ୨ ସାଥୀ ମତ୍ସ୍ୟଜୀବୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ା ପୋଲିସ ଏହି ଘଟଣା ଉପରେ ନଜର ରଖିଛି ା
ସୂଚନା ଅନୁଯାୟୀ, ମହାକାଳପଡ଼ା ବ୍ଲକ ଅଧୀନ ଖରିନାସୀ ଗ୍ରାମର ଗୌରୀ ନାମକ ବୋଟ୍‌ରେ ସେହି ଗ୍ରାମର ୬ ମତ୍ସ୍ୟଜୀବୀ ଗଭୀର ସମୁଦ୍ରକୁ ମାଛ ଧରିବାକୁ ଯାଇଥିଲେ। ସେମାନେ ଫେରିବା ବାଟରେ ମାଦଳୀ ମୁହାଁଣ ନିକଟରେ ବିଶ୍ରାମ ନେଇଥିଲେ। ହେଲେ କୌଣସି କାରଣକୁ କେନ୍ଦ୍ର କରି ମତ୍ସ୍ୟଜୀବୀଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା ା ତାହା ଅଳ୍ପ ସମୟ ମଧ୍ୟରେ ଉଗ୍ରରୂପ ନେଇଥିଲା ା ଏଥିରେ ମତ୍ସ୍ୟଜୀବୀ ବାବୁରାମ ଦାସ ଉତ୍‌କ୍ଷପ୍ତ ହୋଇ ସାଥୀ ମତ୍ସଜୀବୀ ଭୀମ ଦାସ ଓ ବାପି ଦାସଙ୍କୁ ଏକ କଟୁରୀରେ ଆକ୍ରମଣ କରିଥିଲେ। ଏଥିରେ ଭୀମ ଗୁରୁତର ହୋଇଥିଲେ। ଏ ସଂକ୍ରାନ୍ତରେ ବୋଟ୍‌ରେ ଥିବା ଅନ୍ୟ ମତ୍ସ୍ୟଜୀବୀମାନେ ଖରିନାସୀ ବୋଟ୍‌ ମାଲିକ ସଂଘ ଓ ଜମ୍ବୁ ସାମୁଦ୍ରିକ ଥାନାକୁ ଜଣାଇଥିଲେ ା ଖବର ପାଇ ସାମୁଦ୍ରିକ ପୋଲିସ ଓ ବୋଟ୍‌ ମାଲିକ ସଂଘ କର୍ମକର୍ତ୍ତା ଏକ ସ୍ପିଡ୍‌ ବୋଟ୍‌ରେ ଘଟଣାସ୍ଥଳରେ ପହଞ୍ଚି ଆହତ ୨ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରି କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସା କେନ୍ଦ୍ରକୁ ପଠାଇଥିଲେ ା ଆକ୍ରମଣକାରୀ ବାବୁରାମ ଏହି ଘଟଣାକୁ ସ୍ବୀକାର କରିଛନ୍ତି ା ସେ ନିଶାସକ୍ତ ଥିବାରୁ ଏପରି ଭୁଲ ହୋଇଯାଇଛି ବୋଲି ପୋଲିସ ଆଗରେ ପ୍ରକାଶ କରିଛନ୍ତି। ତେବେ ଏହି ରିପୋର୍ଟ ପ୍ରସ୍ତୁତ ପର୍ଯ୍ୟନ୍ତ ଜମ୍ବୁ ସାମୁଦ୍ରିକ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇ ନ ଥିବା ଥାନା ଅଧିକାରୀ ପରେଶ କୁମାର ମହାନ୍ତି କହିଛନ୍ତି ା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ରେଞ୍ଜ ଅଧିକାରୀ ମାନସ କୁମାର ଦାସ କହିଛନ୍ତି, ଏ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ ା


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri