ବଙ୍ଗୋପସାଗରରେ ବୁଡ଼ିଲା ୨ ମାଛଧରା ଟ୍ରଲର, ୨୯ ମତ୍ସ୍ୟଜୀବୀ ବୁଡ଼ି ଯାଉଥିବା ଦେଖି…

ଭୋଗରାଇ,୨୨ା୬(ପ୍ରଦୀପ ଦାସ): ବଙ୍ଗୋପସାଗର ଉତ୍ତାଳ ଥିବାରୁ ଇଲିସି ଧରିବାକୁ ଯାଇଥିବା ଦୀଘା ସମୁଦ୍ରଠାରୁ ୧୦୦ ମାଇଲ ଦୂର ଜମ୍ବୁ ଦୀପ ନିକଟରେ ୨ଟି ବଙ୍ଗୀୟ ମାଛ ଧରା ଟ୍ରଲର ଶନିବାର ଦୁର୍ଘଟଣାଗସ୍ତ ହୋଇଥିଲା। ସମୁଦ୍ର ଗର୍ଭରେ ଟ୍ରଲର ୨ଟି ବୁଡିଯାଉ ଥିବା ସୂଚନା ପାଇ ମଝି ସମୁଦ୍ରରୁ ଅନ୍ୟ ଏକ ଟ୍ରଲର ୨ ଟ୍ରଲରରୁ ୨୯ ଜଣଙ୍କୁ ଉଦ୍ଧାର କରି କୂଳକୁ ଆଣିବା ସହିତ ସ୍ଥାନୀୟ ହସ୍ପିଟାଲକୁ ନେଇଥିଲେ। ସମସ୍ତ ବଙ୍ଗୀୟ ମତ୍ସ୍ୟଜୀବୀ ସୁସ୍ଥ ଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଜମ୍ବୁଦୀପ ନିକଟରେ FB ସାକିଲା ଓ FB ମା’ ଦୁର୍ଗା ନାମକ ଦୁଇଟି ଟ୍ରଲର ଇଲିସି ମାଛ ସନ୍ଧାନରେ ଯାଇଥିଲେ। ହେଲେ ମାଛ ମାରି ମଝି ସମୁଦ୍ରରୁ କୂଳକୁ ଫେରୁଥିବା ବେଳେ ସମୁଦ୍ର ଉତ୍ତାଳ ଥିବାରୁ ଦୁଇଟି ଯାକ ଓଲଟି ଯାଇଛି। ଏହା ଦ୍ୱାରା ଦୁଇଟି ଟ୍ରଲରେ ଥିବା ଟ୍ରଲର ୨୯ ଜଣ ମତ୍ସ୍ୟ ଜୀବି ବୁଡ଼ି ଯାଇଥିଲା। ଖବର ପାଇ ଅନ୍ୟ ଏକ ଟ୍ରଲର ଯାଇ ସମସ୍ତଙ୍କୁ ଉଦ୍ଧାର କରାଇଛନ୍ତି। ଗତ ଶୁକ୍ରବାର ପଶ୍ଚିମବଙ୍ଗର ନାମଖାନାର ଖେୟାଘାଟରୁ ଇଲସା ମାଛ ଧରିବା ପାଇଁ ସେମାନେ ଟ୍ରଲର ବାହାରିଥିଲେ କାଲି ଫେରୁଥିବା ସମୟରେ ହଠାତ୍‌ ଏଭଳି ଦୁର୍ଘଟଣାରେ ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?