ଭୁବନେଶ୍ୱରରେ ନିର୍ମାଣ ହେବ ୨ ଫୁଟ୍‌ ଓଭରବ୍ରିଜ୍‌, ୧ ଫ୍ଲାଇଓଭର୍‌

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୨ଟି ଫୁଟ୍‌ ଓଭରବ୍ରିଜ୍‌ ଓ ଗୋଟିଏ ଫ୍ଲାଇ ଓଭର୍‌ ନିିର୍ମାଣ ହେବ। ଏନେଇ ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଥିବା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ବୁଧବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି।

କସମୋପୋଲିସ ଛକରେ ଜାତୀୟ ରାଜପଥ ଉପରେ ଫ୍ଲାଇଓଭର ବ୍ରିଜ ହେବ। ସେହିଭଳି କ୍ରାଉନ ହୋଟେଲ ଓ ସତସଙ୍ଗ ବିହାରଠାରେ ଫୁଟ୍‌ ଓଭରବ୍ରିଜ ହେବ। କ୍ୟାପିଟାଲ ରିଜିଅନ ରିଂ ରୋଡ୍‌କୁ ମଧ୍ୟ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ୫୭୪୪ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅପରାଜିତା ସୂଚନା ଦେଇଛନ୍ତି। ।

ପୂର୍ବରୁ ଉପରୋକ୍ତ ପ୍ରକଳ୍ପ ନିର୍ମାଣ କରିବା ଲାଗି ଅପରାଜିତା କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ନିବେଦନ କରିଥିଲେ। ତାଙ୍କ ନିବେଦନକୁ ରକ୍ଷା କରି କେନ୍ଦ୍ର ସରକାର ପ୍ରକଳ୍ପଗୁଡ଼ିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri