Posted inଖେଳ

ହକି କୋଚ୍‌ ରେସ୍‌ରେ ୨ ବିଦେଶୀ ଆଗରେ

ନୂଆଦିଲ୍ଲୀ,୨ା୨: ହକି ବିଶ୍ୱକପ୍‌ରେ ଭାରତୀୟ ଦଳର ବିଫଳତା ପରେ କାର୍ଯ୍ୟକାଳ ପୂର୍ବରୁ ମୁଖ୍ୟ କୋଚ୍‌ ଗ୍ରାହାମ ରିଡ୍‌ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ହେଲେ ପୁଣି ଭାରତ ହକି ଦଳର ମୁଖ୍ୟ କୋଚ କିଏ ହେବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। କୋଚ ଦୌଡ଼ରେ ଆଗରେ ରହିଛନ୍ତି ଆର୍ଜେଣ୍ଟିନାର ମ୍ୟାକ୍ସ କାଲ୍‌ଡାସ ଏବଂ ନେଦରଲାଣ୍ଡ୍ସର ସିଗଫ୍ରେଡ୍‌ ଏକମାନ। ସେହିପରି କେତେଜଣ ଭାରତୀୟ ଖେଳାଳି ମଧ୍ୟ ଏହି ଦୌଡରେ ସାମିଲ ଥିବା ହକି ଇଣ୍ଡିଆ ପକ୍ଷରୁ କୁହାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ ୨ରୁ ୩ ଜଣ ବିଦେଶୀ କୋଚ୍‌ଙ୍କ ସହିତ ଫେଡେରେଶନର ଆଲୋଚନା ଜାରି ରହିଛି। ଅନ୍ୟପକ୍ଷେ ଗ୍ରାହାମ ରିଡ୍‌ଙ୍କ ଅଧୀନରେ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ କରି ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ହାସଲ କରିଥିଲା। ତେବେ ବିଶ୍ୱକପରେ ଭାରତର ପ୍ରଦର୍ଶନ ନୈରାଶ୍ୟଜନକ ରହିଥିଲା।

ଅନ୍ୟପକ୍ଷେ ଏସିଆନ୍‌ ଗେମ୍ସ ଚଳିତ ବର୍ଷ ହେବାକୁ ଥିବା ବେଳେ ଆସନ୍ତା ବର୍ଷ ରହିଛି ପ୍ୟାରିସ୍‌ ଅଲିମ୍ପିକ୍ସ। ପୂର୍ବରୁ ନୂତନ କୋଚ ନିଯୁକ୍ତି କରାଯିବ ବୋଲି ଏକ ବିଶେଷ ସୂତ୍ରରୁ ଜଣାପଡିଛି। ୨୦୧୯ରେ ଗ୍ରାହାମ ରିଡ୍‌ ଭାରତୀୟ ଦଳର କୋଚ୍‌ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୨୧ ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ବ୍ରୋଞ୍ଜ ପଦକ ସହିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ରୌପ୍ୟ ପଦକ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri