ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି ବନମହୋତ୍ସବରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀ,ସମ୍ମାନୀତ ଅତିଥି ଭାବେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର,ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ,ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ,ଉତ୍ତର ବନଖଣ୍ଡ ଅଧିକାରୀ ପ୍ରଭାକର ବର୍ମା,ଦକ୍ଷିଣ ବନଖଣ୍ଡ ଅଧିକାରୀ ଆର କଳାଇ ବନନ,ଭାଜପା ଜିଲା ସଭାପତି ଯୁଗଳ କିଶୋର ପୋଢ଼,ଜିଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢ଼ୀ,ଏସିଏଫ ଲିଲି ଅମାନତ୍ୟା, ଜିଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଭବାନୀପାଟଣା ବିଡ଼ିଓ ଚନ୍ଦନ ଭୋଇ,ସ୍ଥାନୀୟ ପ୍ରଧାନ ଶିକ୍ଷକ ଗୋରେଖ ସାହୁ ପ୍ରମୁଖ ଯୋଗଦେଇଥିଲେ। ଅତିଥିମାନେ ସ୍କୁଲ ପରିସରରେ ବୃକ୍ଷରୋପଣ କରିବା ସହ ପରିବେଶ ସୁରକ୍ଷା ପାଇଁ ଗଛର ମହତ୍ତ୍ୱ ଉଦ୍ଦେଶ୍ୟ ଉପରେ କହିଥିଲେ। ଏହି ଅବସରରେ ଜଙ୍ଗଲ ଓ ଜୀବଜନ୍ତୁ ସୁରକ୍ଷା ଦୀଗରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିଲାର ନର୍ଲା ରେଞ୍ଜର ପୁଜିଲଡୁ ଓ ଜୁନାଗଡ଼ ରେଞ୍ଜର ସୁରୁଗୁଡା ଆଦି ୨ବନ ସଂରକ୍ଷଣ ସମିତିକୁ ମୁଖ୍ୟମନ୍ତ୍ରୀ ପୁରସ୍କାର ରାଶି ୫୦ ହଜାର ଟଙ୍କାର ଚେକ୍‌ ଅତିଥିଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ବନବିଭାଗ,ସ୍କୁଲ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ/ଶିକ୍ଷକ ସମସ୍ତଙ୍କ ସହଯୋଗ ରହିଥିଲା। ନପାଳ ଭବାନୀ ଶଙ୍କର ପରିଛା ଧନ୍ୟବାଦ ଦେଇଥିଲେ।

 

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ସରକାରୀ ଚାକିରି ଛାଡ଼ି ଗରିବଙ୍କ ସେବା ପାଇଁ ଆଗେଇଲେ ଡାକ୍ତର ଇଶିକା, କେସିଙ୍ଗାରେ ଖୋଲିଲେ କ୍ଲିନିକ

କେସିଙ୍ଗା,୧୧।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଆଦର୍ଶ ଥାନା ପାର୍ଶ୍ଵରେ ଡା ଇଶିକା ଅଗ୍ରୱାଲଙ୍କ ତତ୍ୱାବଧାନରେ ଏକ ଅଗ୍ରୱାଲ ହେଲଥ କେୟାର କ୍ଲିନିକ ରବିବାର ଉଦଘାଟନ…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?