ରଣାଙ୍ଗନକୁ ଓହ୍ଲାଇଲେ ୨ ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ଦୁଇ ଜଣ ପୂର୍ବତନ ବିଧାୟକ। ଏହି ଉପନିର୍ବାଚନ ପାଇଁ କଂଗ୍ରେସ ଶନିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ଉପରେ ଦଳ ଭରସା କରିଛି। ସତ୍ୟଭୂଷଣଙ୍କୁ ପ୍ରାର୍ଥୀ କରାଯିବା ନେଇ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଘୋଷଣା କରାଯାଇଛି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନ ପରେ ତାଙ୍କ ନାଁ ଘୋଷଣା କରାଯାଇଛି। ପଦ୍ମପୁରରୁ କଂଗ୍ରେସ ପ୍ରାର୍ଥୀ ହେବା ପରେ ସତ୍ୟଭୂଷଣ କହିଛନ୍ତି ଯେ ସେ ଏହି ଉପନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ସବୁ ନେତା ଏଠାରେ କ୍ୟାମ୍ପ କରି ଦଳକୁ ବିଜୟୀ କରାଇବେ। ଦଳ ସବୁ ପ୍ରକାର ସହଯୋଗ କରିବ। ପଦ୍ମପୁରରେ ସେ ବିଜୟୀ ହେବା ନେଇ ନିଶ୍ଚିତ ଅଛନ୍ତି ବୋଲି କହିଛନ୍ତି।
ଅନ୍ୟପକ୍ଷରେ ପୂର୍ବତନ ବିଧାୟକ ତଥା ଭାଜପା ରାଜ୍ୟ କୃଷକ ମୋର୍ଚ୍ଚାର ସଭାପତି ପ୍ରଦୀପ ପୁରୋହିତ ପଦ୍ମପୁର ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ହୋଇଛନ୍ତି। ଏ ନେଇ ଶନିବାର ଭାଜପା ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂଙ୍କ ଦସ୍ତଖତରେ ରାଷ୍ଟ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରଦୀପ ପ୍ରାର୍ଥୀ ହେବା ନେଇ ବିଧାୟିକା କୁସୁମ ଟେଟେ ଗଣମାଧ୍ୟମକୁ ପୂର୍ବରୁ ସୂଚନା ଦେଇଥିଲେ। ରାଜ୍ୟର ଅନ୍ୟତମ ପ୍ରମୁଖ ଦଳ ବିଜେଡି ପକ୍ଷରୁ ଏ ପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇ ନାହିଁ। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ବିଜେଡି ପ୍ରାର୍ଥୀ ଘୋଷଣା କରିବା ସମ୍ଭାବନା ରହିଛି। ତେବେ ଦଳ କାହାକୁ ପ୍ରାର୍ଥୀ କରିବ ସେ ନେଇ କର୍ମୀଙ୍କ ମହଲରେ ଉତ୍କଣ୍ଠା ଲାଗି ରହିଛି। ଧାମନଗର ଉପନିର୍ବାଚନ ଭଳି ବିଜେଡି ଜଣେ ମହିଳାଙ୍କୁ ଟିକେଟ ଦେବ ନା ଅନ୍ୟ ପ୍ରାର୍ଥୀଙ୍କୁ ଭରସା କରିବ ତାହା ଉପରେ ସଭିଙ୍କ ନଜର।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri