ପ୍ରଜାକୋର୍ଟରେ ୨ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ମାଲକାନଗିରି,୬ା୧୨ (ଦୁର୍ଯ୍ୟୋଧନ ପାତ୍ର):ଛତିଶଗଡ଼ ନାରାୟଣପୁର ଜିଲା ଭୈରମଗଡ଼ ଥାନା ଅଞ୍ଚଳରେ ୨ ଜଣ ପୂର୍ବତନ ସରପଞ୍ଚଙ୍କୁ ମାଓବାଦୀମାନେ ପ୍ରଜାକୋର୍ଟରେ ଗୁରୁବାର ଗଳାକାଟି ହତ୍ୟା କରିଛନ୍ତି। ସେମାନେ ହେଲେ ବୈରମଗଡ଼ ଥାନା ଅଞ୍ଚଳର ପୂର୍ବତନ ସରପଞ୍ଚ ସୁକରାମ ଅବଲମ ଓ ସୁକୁଲୁ ବର୍ସେ। ସେମାନଙ୍କୁ ମାଓବାଦୀମାନେ ଦୁଇଦିନ ପୂର୍ବରୁ ଅପହରଣ କରିନେଇଥିଲେ। ମାଓବାଦୀମାନେ ଉଭୟଙ୍କ ମୃତଦେହକୁ ଆଣି ଗଁା ଦାଣ୍ଡରେ ପକାଇଦେବା ସହ ଏକ ଚିଠି ଛାଡ଼ିଯାଇଛନ୍ତି। ସୁକରାମ ଏବଂ ସୁକୁଲୁ ପୋଲିସ ସୂଚନାଦାତା ଭାବେ କାର୍ଯ୍ୟ କରିବା ଏବଂ ଛତିଶଗଡ଼ ଭାଜପା ସରକାରଙ୍କ ସହ ସେମାନଙ୍କ ସମ୍ପର୍କ ରହିଥିବା ଜାଣି ସେମାନଙ୍କୁ ମାଓବାଦୀମାନେ ବହୁବାର ତାଗିଦ କରିଥିଲେ। ଏହାସତ୍ତ୍ୱେ ସେମାନେ କିଛି ନ ଶୁଣି ପୋଲିସକୁ ସୂଚନା ଦେବା କାର୍ଯ୍ୟକରି ଆସୁଥିଲେ। ତେଣୁ ସେମାନଙ୍କୁ ପ୍ରଜାକୋର୍ଟରେ ମୃତ୍ୟୁଦଣ୍ଡ ଦିଆଯାଇଥିବା ଚିଠିରେ ଉଲ୍ଲେଖ ରହିଛି। ନାରାୟଣପୁର ପୋଲିସ ତଦନ୍ତ କରିଛି। ଉକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନକୁ ଜୋର୍‌ଦାର କରାଯାଇଥିତ୍ବା ନାରାୟଣପୁର ଏସ୍‌ପି ଚନ୍ଦ୍ରକାନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri