ବୁଡ଼ିଗଲେ ୨ ସାଙ୍ଗ

ରାୟଗଡ଼ା ଅଫିସ,୨୪ା୪: ପ୍ରବଳ ଗରମରୁ ସାମାନ୍ୟ ନିସ୍ତାର ପାଇବା ପାଇଁ ସାଙ୍ଗମାନଙ୍କ ସହ ସନ୍ଧ୍ୟାରେ ନାଗାବଳୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ହେଲେ ଗଭୀର ଜଳରେ ବୁଡ଼ିଯାଇ ୨ ନାବାଳକଙ୍କ ଜୀବନ ଚାଲିଯାଇଛି। ରାୟଗଡ଼ା ଜିଲା ତୁମ୍ବିଗୁଡ଼ାରେ ଏଭଳି ଘଟଣା ଘଟିଛି। ଦୁଇ ମୃତକ ହେଲେ ତୁମ୍ବିଗୁଡ଼ାର ଆକାଶ ଚୌଧୁରୀ ଏବଂ ଆଦିତ୍ୟ ନାୟକ।

ସୂଚନା ଅନୁଯାୟୀ, ତୁମ୍ବିଗୁଡ଼ା କଲୋନୀରୁ ୧୦ ସାଙ୍ଗ ମିଶି ନିକଟସ୍ଥ ତୁଠକୁ ଗାଧୋଇବାକୁ ଯାଇଥିଲେ। ହେଲେ ଆକାଶ ଏବଂ ଆଦିତ୍ୟ ବୁଡ଼ିଯାଇଥିଲେ। ଏହା ଦେଖି ଅନ୍ୟ ସାଙ୍ଗମାନେ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚିଥିଲେ ମଧ୍ୟ ଏହାପୂର୍ବରୁ ଗ୍ରାମବାସୀ ଉଭୟଙ୍କ ମୃତଦେହ ନଦୀରୁ ଉଦ୍ଧାର କରିଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଚଳାଇଥିବା ରାୟଗଡ଼ା ଟାଉନ ଥାନା ଅଧିକାରୀ ରଶ୍ମିରଞ୍ଜନ ନାୟକ କହିଛନ୍ତି। ମୃତ ଆଦିତ୍ୟଙ୍କ ଘର କାଶୀପୁର ବ୍ଲକ ଘରକପୁର ଗ୍ରାମରେ। ସେ ତୁମ୍ବିଗୁଡ଼ାରେ ରହି ରାୟଗଡ଼ାର ଏନ୍‌ଭିଆର୍‌ ସ୍କୁଲରେ ୧୦ମ ଶ୍ରେଣୀରେ ପଢ଼ୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri