ମିଳିଲା ପରିଶ୍ରମ ଫଳ: ଓସିଏସ୍‌ ପରୀକ୍ଷାରେ ହାଟଡ଼ିହୀରୁ ୨ କୃତକାର୍ଯ୍ୟ

ବଉଳା/ ହାଟଡିହୀ,୨୭ା୯(ଦୁର୍ଗା ପ୍ରସାଦ ଆୟଚ/ ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ର ୨ ପରୀକ୍ଷାର୍ଥୀ ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ନୂଆରମ୍ପାସ ଗ୍ରାମର ବୀତିହୋତ୍ର ନାୟକ ଓ ଶାଲଣୀଆଁ ଗ୍ରାମର ଜଗନ୍ନାଥ ସା ସଫଳତା ଅର୍ଜନ କରିଥିବା ବେଳେ ଅଞ୍ଚଳରେ ଖୁସି ମାହୋଲ ଖେଳିଯାଇଛି। ପ୍ରକାଶ ଯେ, ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସସି) ଦ୍ୱାରା ପରିଚାଳିତ ଓଡିଶା ସିଭିଲ ସର୍ଭିସ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ନୂଆରମ୍ପାସ ଗ୍ରାମର ପ୍ରାକ୍ତନ ଇଂରାଜୀ ରିଡର ରବିନ୍ଦ୍ର କୁମାର ନାୟକ ଓ ମାତା କାଦମ୍ବିନୀ ଜେନାଙ୍କ କନିଷ୍ଠ ପୁତ୍ର ବୀତିହୋତ୍ର ନାୟକ ୧୬୩ ତମ ର଼୍ୟାଙ୍କ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ସେ ଏନ୍‌ସି ହାଇସ୍କୁଲ କେନ୍ଦୁଝର, ଧରଣୀଧର ମହାବିଦ୍ୟାଳୟ ଓ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ରାଉରକେଲାରୁ ଶିକ୍ଷା ସମାପ୍ତ କରି ଓଡ଼ିଶା ସରକାରଙ୍କ ଭୂତଳ ଜଳସମ୍ପଦ ବିଭାଗରେ ୨୦୨୩ରୁ କନିଷ୍ଠ ବୈଜ୍ଞାନିକ ଭାବରେ ଯୋଗଦେଇ ଏବେ ଡେପୁଟି ଡିରେକ୍ଟର ଦାୟିତ୍ୱରେ ଅଛନ୍ତି ା ସେହିପରି ଶାଳଣିଆଁ ଗ୍ରାମର କେଶବ ଚନ୍ଦ୍ର ସା ଓ ମାତା ବୈଜୟନ୍ତୀ ବେହେରାଙ୍କ ପୁତ୍ର ଜଗନ୍ନାଥ ସା ୨୪୩ ନମ୍ବର ର଼୍ୟାଙ୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ବିଧାୟକ ଅଭିମନ୍ୟୁ ସେଠୀ, ବରିଷ୍ଠ ନାଗରିକ ମଞ୍ଚ ସୋସୋର ସଭାପତି ପର୍ଶୁରାମ ପେଡ଼ା, ଏମ୍‌ପିଙ୍କ ପ୍ରତିନିଧି ଜ୍ଞାନରଞ୍ଜନ ସାମନ୍ତସିଂହାର, ବରିଷ୍ଠ ଶିକ୍ଷାବିତ୍‌ ମଧୁସୂଦନ ଜେନାଙ୍କ ସମେତ ବହୁ ବୁଦ୍ଧିଜୀବୀ ଓ ଶିକ୍ଷାବିତ୍‌ ଦୁଇଜଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଘରେ ଘଟିଲା ଅଘଟଣ : ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ, ୨ ଗୁରୁତର

ବାଲିଗୁଡ଼ା,୨।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ବାରଖମା ଫାଣ୍ଡି ସୁଡ୍ରା ଗ୍ରାମରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଏଥିରେ ଜଣେ…

ଦାରିଙ୍ଗବାଡ଼ିକୁ ସ୍ବଚ୍ଛ, ସୁନ୍ଦର, ସବୁଜ କରିବା ପାଇଁ ପ୍ରଶାସନର ଅଭିଯାନ

ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ସହଯୋଗରେ ଶନିବାର…

ଗ୍ୟାସ ସିଲିଣ୍ଡର ଦାମ ବଢିବା ପରେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୨।୫: ଶିବସେନା (UBT) ଏମପି ସଞ୍ଜୟ ରାଉତ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଏବଂ ସାମ୍ପ୍ରତିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସମ୍ପର୍କରେ ଏକ ବିବୃତ୍ତି ଜାରି…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି…

ଜିତୁ ମୁଣ୍ଡା ଘଟଣା: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ, ନିବେଦନ କରି କହିଲେ…

ଭୁବନେଶ୍ୱର,୨ା୫: କେନ୍ଦୁଝରର ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ନବୀନରେ ଚିଠିରେ…

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

ହିଲ୍ସ ପିନ୍ଧି ନାଚୁଥିଲେ ଅକ୍ଷୟ କୁମାର: ଆଉ ତା’ପରେ ଘଟିଲା

ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ଫିଲ୍ମ ‘ଭୂତ ବଙ୍ଗଳା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ହରର କମେଡି ଫିଲ୍ମଟି ବକ୍ସ ଅଫିସରେ ଭଲ ପ୍ରଦର୍ଶନ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri