Posted inଖେଳ

ପ୍ରମୋଦଙ୍କୁ ୨ ସ୍ବର୍ଣ୍ଣ, ଦୀପ୍‌ ରଞ୍ଜନଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୧୫।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପ୍ରମୋଦ ଭଗତ ଥାଇଲାଣ୍ଡର ପଟାୟାଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ୨ଟି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ସିଙ୍ଗଲ୍ସ ଓ ପୁରୁଷ ଡବଲ୍ସରେ ଏହି ସଫଳତା ପାଇଛନ୍ତି। ଓଡ଼ିଶାର ଅନ୍ୟତମ ପ୍ରତିଯୋଗୀ ଦୀପ୍‌ ରଞ୍ଜନ ବିଷୋୟୀ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହୋଇଛନ୍ତି।
ରବିବାର ଅନୁଷ୍ଠିତ ସିଙ୍ଗଲ୍ସ ଫାଇନାଲର ପ୍ରଥମ ସେଟ୍‌ରେ ପ୍ରମୋଦ ଇଂଲଣ୍ଡର ଡାନିଏଲ ବେଥେଲଙ୍କ ବିପକ୍ଷରେ ୨୧-୧୯ରେ ବିଜୟୀ ହୋଇଥିଲେ। ଦ୍ୱିତୀୟ ସେଟ୍‌ରେ ବେଥେଲ ଖେଳିବାକୁ ଅନିଚ୍ଛା ପ୍ରକାଶ କରିଥିଲେ। ଫଳରେ ପ୍ରମୋଦଙ୍କୁ ବିଜେତା ଘୋଷଣା କରାଯାଇଥିଲା। ସେହିପରି ଡବଲ୍ସ ଫାଇନାଲରେ ପ୍ରମୋଦ ଓ ସୁକାନ୍ତ କଦମଙ୍କ ଯୋଡ଼ି ନିଜ ଦେଶର ନିତେଶ କୁମାର ଓ ତରୁନ୍‌ଙ୍କୁ ୧୮-୨୧, ୨୧-୧୪, ୨୧-୧୯ ପଏଣ୍ଟରେ ହରାଇ ସ୍ବର୍ଣ୍ଣ ଜିତିଥିଲେ। ପ୍ରଥମ ସେଟ୍‌ରେ ହାରିଥିଲେ ହେଁ ପ୍ରମୋଦ-ସୁକାନ୍ତ ଯୋଡ଼ି ସଫଳ ପ୍ରତ୍ୟାବର୍ତ୍ତନ କରିଥିଲେ। ଦୀପ୍‌ ରଞ୍ଜନ ନିଜ ପାର୍ଟନରଙ୍କ ସହ ପୁରୁଷ ଡବଲ୍ସ ସେମିଫାଇନାଲରେ ନିତେଶ କୁମାର ଓ ତରୁନଙ୍କଠାରୁ ହାରି ଯାଇଥିବାରୁ ବ୍ରୋଞ୍ଜ ପଦକ ପାଇଥିଲେ। ଓଡ଼ିଶା ପ୍ରତିଯୋଗୀଙ୍କ ସହ କୋଚ୍‌ ଶିବ ପ୍ରସାଦ ଦାସ ଥାଇଲାଣ୍ଡ ଯାତ୍ରା କରିଥିଲେ। ସମସ୍ତ ପଦକ ବିଜେତାଙ୍କୁ ଓଡ଼ିଶା ପାରା ସ୍ପୋଟର୍‌ସ ଆସୋସିଏଶନ ପକ୍ଷରୁ ଅଭିନନ୍ଦନ ଜଣାଯାଇଛି। ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟଗୁଡ଼ିକ ଅଲିମ୍ପିକ୍ସ କ୍ୱାଲିଫାୟର ଭାବେ ବିବେଚିତ ହେଉଛି। ପ୍ରମୋଦ ଏହା ପୂର୍ବରୁ ଖେଳିଥିବା ୩ଟି ଯାକ ପ୍ରତିଯୋଗିତାର ସିଙ୍ଗଲ୍ସରେ ସ୍ବର୍ଣ୍ଣ ପଦକ ଜିତିପାରି ନ ଥିଲେ। ଥାଇଲାଣ୍ଡରେ ସ୍ବର୍ଣ୍ଣ ପଦକ ଜିତି ସେ ନିଜ ଦାବିଦାରକୁ ମଜଭୁତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି…

JPSCରେ ବଡ଼ ହଲଚଲ! ୩ ସଦସ୍ୟଙ୍କ ଇସ୍ତଫା, କାଲି CIDର ଜେରା

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC-JSSC ପରୀକ୍ଷାକୁ ନେଇ ଛାତ୍ର ଆନ୍ଦୋଳନ ଜାରି ଥିବା ବେଳେ ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।…

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri