କରେଣ୍ଟ ଲାଗି କଟିଯାଇଥିଲା ୨ ହାତ; ପାଦରେ ଲେଖି ହେଲେ କୃଷି ପର୍ଯ୍ୟବେକ୍ଷକ

ସିକର, ୧୪।୯: ରାଜସ୍ଥାନର ସିକରରେ ରହୁଥିବା ଭରତ ସିଂ ଶେଖାଓ୍ବତଙ୍କୁ ଏବେ ସମସ୍ତେ ବେଶ୍‌ ତାରିଫ କରୁଛନ୍ତି। ମାତ୍ର ୬ ବର୍ଷ ବୟସରେ ଭରତ ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ହାତ ହରାଇଥିବା ଭରତ ପାଦରେ ଲେଖିବା ଆରମ୍ଭ କରିଥିଲେ। ଏବେ ଭରତ ପ୍ରଥମ ପ୍ରୟାସରେ କୃଷି ପର୍ଯ୍ୟବେକ୍ଷକ ପଦ ପାଇଁ କୃତ କାର୍ଯ୍ୟ ହୋଇଛନ୍ତି।
ବର୍ଷ ବୟସରେ କରେଣ୍ଟ ଆଘାତ ପାଇ ୨ ହାତ ହରାଇଥିବା ଭରତ ୨ ବର୍ଷ ପର୍ଯ୍ୟନ୍ତ ଶର୍ଯ୍ୟାଶାୟୀ ରହିଥିଲେ। ପ୍ରତିଦିନ ଯେତବେଳେ ସାଙ୍ଗସାଥୀମାନେ ସ୍କୁଲ ଯାଉଥିବାର ଦେଖିଲେ ଭରତ ଏହାପରେ ଆଉ ରହିପାରି ନ ଥିଲେ। ସେ ମଧ୍ୟ ସ୍କୁଲ ଯିବା ପାଇଁ ବାପା ତେଜ ସିଂଙ୍କ ନିକଟରେ ଜିଦି କରିଥିଲେ। ଅଧ୍ୟୟନର ଉତ୍ସାହ ଏବଂ ଜୀବନ ବଦଳାଇବା ପାଇଁ ଜିଦ୍‌ ଯୋଗୁ ଭରତ ଏହାପରେ ପାଦରେ ଲେଖିବା ଆରମ୍ଭ କରିଥିଲେ। ନିଜର ଅଦମ୍ୟ ଇଚ୍ଛାଶକ୍ତି ଯୋଗୁ ଭରତ ୮ମ ବୋର୍ଡ ପରୀକ୍ଷାରେ ୨ୟ ସ୍ଥାନ ହାସଲ କରିଥିଲେ। ତେବେ ନିକଟରେ ଭରତ ନିଜର ପ୍ରୟାସରେ କୃଷି ପର୍ଯ୍ୟବେକ୍ଷକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ବିଫଳତା ପାଇଁ ବାହାନା ଖୋଜୁଥିବା ଲୋକମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। କେବଳ ପାଠପଢ଼ା କ୍ଷେତ୍ର ନୁହେଁ ଭରତ କ୍ରୀଡ଼ାରେ ମଧ୍ୟ ସଫଳ ହୋଇଛନ୍ତି। ୨୦୧୬ ରାଜ୍ୟ ପାରା ଅଲିମ୍ପିକ୍ସ କ୍ରୀଡ଼ାରେ ସେ ୧୦ କିମି ଚାଲିରେ ବ୍ରୋଞ୍ଜ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri