ବିଦ୍ୟୁତ୍‌ ଆଘାତରେ ଛାତ୍ରଙ୍କ ୨ ହାତ କଟିବା ଘଟଣା: କ୍ଷତିପୂରଣ ପାଇଁ ନିର୍ବାହୀ ଯନ୍ତ୍ରୀ, ଭାଜପା ନେତା ଯୁକ୍ତିତର୍କ

ଦିଗପହଣ୍ଡି,୨୬ା୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ କରପଡା ଗ୍ରାମର ୧୦ମ ଶ୍ରେଣୀ ଛାତ୍ର ରବି ବେହେରା ତାଙ୍କ ଘର ନିକଟସ୍ଥ ଜଣେ ବ୍ୟକ୍ତିଙ୍କ ନିର୍ମାଣାଧୀନ ଘର କାନ୍ଥରେ ଚଢ଼ି ଗତ ସେପ୍ଟେମ୍ବର ୬ ତାରିଖ ଭୋରରେ ଗଛରୁ ଫୁଲ ତୋଳୁଥିବା ବେଳେ ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତରଙ୍କ ଅକ୍ଳାନ୍ତ ପରିଶ୍ରମ ସତ୍ତ୍ୱେ ଜୀବନ ପ୍ରତି ବିପଦ ରହିଥିବାରୁ ତାଙ୍କ ୨ ହାତକୁ କାଟବାକୁ ପଡିଥିଲା। ଏପରି ଏକ ହୃଦୟ ବିଦାରକ ଘଟଣା ଘଟିବାର ୫ ମାସ ବିତିଯାଇଥିଲେ ମଧ୍ୟ ସରକାର କିମ୍ବା ବିଦ୍ୟୁତ୍‌ ବିଭାଗ ପକ୍ଷରୁ ତାଙ୍କୁ କୌଣସି ଆର୍ଥିକ ସହାୟତା ଯୋଗାଇ ଦିଆଯାଇନାହିଁ। ମଙ୍ଗଳବାର ଭାଜପାର ପୂର୍ବତନ ରାଜ୍ୟ ସମ୍ପାଦକ ଶ୍ରୀକାନ୍ତ ପାଢୀଙ୍କ ନେତୃତ୍ୱରେ ପରିବାର ଲୋକେ ଦିଗପହଣ୍ଡି ବିଦ୍ୟୁତ୍‌ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ନିର୍ବାହୀ ଯନ୍ତ୍ରୀ ଇଂ. ବିଶ୍ୱ ନାରାୟଣ ରାଉତଙ୍କ ସହ ଘଟଣା ପ୍ରସଙ୍ଗରେ ଆଲୋଚନା କରିଥିଲେ। ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଆର୍ଥିକ ସହାୟତା ଯୋଗାଇ ଦେବାରେ ବିଳମ୍ବକୁ ନେଇ ନିର୍ବାହୀ ଯନ୍ତ୍ରୀ ଏବଂ ଶ୍ରୀକାନ୍ତଙ୍କ ମଧ୍ୟରେ ଯୁକ୍ତିତର୍କ ହେବାରୁ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ନିର୍ବାହୀ ଯନ୍ତ୍ରୀ ଏବଂ ଉପସ୍ଥିତ ପରିବାର ଲୋକଙ୍କ ଆପୋଷ ବୁଝାମଣା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏନେଇ ନିର୍ବାହୀ ଯନ୍ତ୍ରୀଙ୍କୁ ପଚାରିବାରୁ ସେ କହିଛନ୍ତି, ବିଭାଗର ଇଲେକ୍ଟ୍ରିକାଲ ଇନ୍ସପେକ୍ଟରଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଯାଇଥିଲେ ମଧ୍ୟ ସେ ବର୍ତ୍ତମାନ ସୁଦ୍ଧା ତଦନ୍ତ କରିବାକୁ ଆସିନାହାନ୍ତି। ସେ ଘଟଣାର ଅନୁସନ୍ଧାନ କରି ବିଭାଗକୁ ରିପୋର୍ଟ ପ୍ରଦାନ କରିବେ। ବିଦ୍ୟୁତ ବିଭାଗର ଅବହେଳା ପ୍ରମାଣିତ ହେଲେ ନିଶ୍ଚିତ ଭାବରେ ଆହତ ଛାତ୍ରଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ନିର୍ବାହୀ ଯନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ମୋଦି ସରକାରଙ୍କୁ ଘେରିଲେ ଓଡ଼ିଶା ଏମ୍‌ପି: କେନ୍ଦ୍ରୀକରଣ ବଢ଼ିଲେ ସମନ୍ବୟ ନୁହେଁ, ବଢ଼ିବ ସଂଘର୍ଷ

ପଦ୍ମପୁର, ୩୧।୩(ପ୍ରଦୀପ୍ତ ଦାଶ): ରାଜ୍ୟ ସଭା ଏମ୍‌ପି ନିରଞ୍ଜନ ବିଶି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ରେ…

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri