ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ ହୋଇଛନ୍ତି। ଆହତ ଦୁଇଜଣ ହେଲେ କାଳୀପଲ୍ଲୀ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରର ସ୍ବାଗତିକା ମାଝୀ ଓ ପୋଡ଼ାପଦର ଆୟୁଷ୍ମାନ ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ରର ରଶ୍ମିତା ସାହୁ।
ନୋଳିଆ ନୂଆଗାଁରେ ଚାଲିଥିବା ସେକ୍ଟର ମିଟିଂରେ ଯୋଗଦେବାକୁ ଉଭୟେ ସ୍କୁଟିରେ ଯାଉଥିବା ବେଳେ ଅଗସ୍ତି ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ପ୍ରଥମେ ନୋଳିଆ ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ଓ ପରେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ଖବର ପାଇ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡା. ସ୍ବାଧୀନ କୁମାର ରଥ ଓ ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ବରୁଣ କୁମାର ପାଣିଗ୍ରାହୀ ଚିକିତ୍ସାଳୟରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହିତ ଶ୍ରୀଘ ଆରୋଗ୍ୟ କାମନା କରିଥିଲେ। ସେହିପରି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମଧ୍ୟ ଉଭୟଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।