ଶପଥ ନେଲେ ୨ ହାଇକୋର୍ଟ ବିଚାରପତି

କଟକ,୬।୯ (କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା ମଙ୍ଗଳବାର ପୂର୍ବାହ୍ନରେ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ପୁରୁଣା ବିଲ୍ଡିଂସ୍ଥିତ ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଉଭୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଶପଥପାଠ ଉତ୍ସବରେ ଆଇନମନ୍ତ୍ରୀ ଜଗନ୍ନାଥ ସାରକା, ଭିଜିଲାନ୍ସ ଡିଜି ଯଶଓ୍ବନ୍ତ କୁମାର ଜେଠଓ୍ବା, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଡ୍‌ଭୋକେଟ୍‌ ଜେନେରାଲ ଅଶୋକ କୁମାର ପରିଜାଙ୍କ ସମେତ ହାଇକୋର୍ଟ ବିଚାରପତି, ବିଚାର ବିଭାଗୀୟ ଅଧିକାରୀ, ହାଇକୋର୍ଟ ବାର୍‌ ଆସୋସିଏଶନ୍‌ର କର୍ମକର୍ତ୍ତା ଓ ଆଇନଜୀବୀମାନେ ଉପସ୍ଥିତ ଥିଲେ।
୧୯୬୮ ମେ’ ୩ ତାରିଖରେ ବିଚାରପତି ଶିବଶଙ୍କର ଜୟପୁରଠାରେ ଜନ୍ମଗ୍ରହଣ କରିଥିଲେ। ସ୍ବର୍ଗତ ଅନଙ୍ଗଭୀମ ମିଶ୍ର ଓ ସ୍ବର୍ଗତ ଶଶିରେଖା ମିଶ୍ରଙ୍କ ପୁଅ ଶିବଶଙ୍କର କୋରାପୁଟର ଜୟପୁର ଆଇନ ମହାବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଡିଗ୍ରୀ ହାସଲ କରିଥିଲେ। ଶିବଶଙ୍କର ୧୯୯୧ ଡିସେମ୍ବର ୭ରେ ଓକିଲାତି ନିମନ୍ତେ ନାମ ପଞ୍ଜୀକରଣ କରିଥିଲେ। ତାଙ୍କର ୩୦ ବର୍ଷର ଓକିଲାତି ଅଭିଜ୍ଞତା ରହିଛି। ଦେୱାନୀ, ଫୌଜଦାରି ମାମଲା ପରିଚାଳନାରେ ସେ ସିଦ୍ଧହସ୍ତ। ସେହିପରି ଅନ୍ୟତମ ନୂତନ ବିଚାରପତି ଆନନ୍ଦଚନ୍ଦ୍ର ବେହେରା ୧୯୬୪ ମେ’ ୨୩ରେ ଜନ୍ମଗ୍ରହଣ କରିଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି। ଏଥିସହ ସେ ରାଜ୍ୟ ଭିଜିଲାନ୍ସରେ ଲିଗାଲ ଆଡଭାଇଜର ଭାବେ କାର୍ଯ୍ୟରତ ଥିଲେ। ହାଇକୋର୍ଟର ମଞ୍ଜୁରୀପ୍ରାପ୍ତ ବିଚାରପତି ପଦବୀ ୩୩ ହୋଇଥିବାବେଳେ ମୁଖ୍ୟ ବିଚାରପତିଙ୍କୁ ମିଶାଇ ବିଚାରପତି ସଂଖ୍ୟା ୨୦ ଥିଲା। ଏବେ ଏହି ଦୁଇ ବିଚାରପତିଙ୍କ ଶପଥଗ୍ରହଣ ଓ ବିଚାରପତି ବିଶ୍ୱନାଥ ରଥଙ୍କ ଅବସର ପରେ ଏହି ସଂଖ୍ୟା ୨୧ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri