ଭୁବନେଶ୍ୱର-ରାଉରକେଲା ମଧ୍ୟରେ ୨ ହକି ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୧୨।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ୨ଟି ସ୍ବତନ୍ତ୍ର ହକି ଟ୍ରେନ୍‌ ଚାଲିବ। ଯାତ୍ରୀଙ୍କ ଚାହିଦା, ଅତିରିକ୍ତ ଭିଡ, ରେଳ ଯାତ୍ରୀଙ୍କୁ ଉତ୍ତମ ଯାତ୍ରା ସୁବିଧା ସହ ବିଶେଷ ଭାବେ ହକିପ୍ରେମୀଙ୍କ ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ସେବା ଯୋଗାଇଦେବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସେଗୁଡିକ ହେଲା ରାଉରକେଲା-ଭୁବନେଶ୍ୱର ସ୍ପେଶାଲ ଏବଂ ପୁରୀ-ରାଉରକେଲା-ପୁରୀ ହକି ସ୍ପେଶାଲ। ଏହାବାଦ୍‌ ପୂର୍ବରୁ ୫ଟି ଟ୍ରେନ ଚଳାଚଳ କରୁଛି।

ଆସନ୍ତା ୧୪ରୁ ୩୦ ତାରିଖ ମଧ୍ୟରେ ପ୍ରତ୍ୟେକ ସୋମବାର, ବୁଧବାର, ଗୁରୁବାର ଓ ଶନିବାରରେ ଭୁବନେଶ୍ୱର-ରାଉରକେଲା ସ୍ପେଶାଲ (ନଂ. ୦୨୮୩୪) ରାତି ୮ଟା ୨୫ରେ ଭୁବନେଶ୍ୱରରୁ ରାଉରକେଲା ଯାତ୍ରା କରିବ। ଫେରିବା ମାର୍ଗରେ ରାଉରକେଲା-ଭୁବନେଶ୍ୱର ସ୍ପେଶାଲ (ନଂ.୦୨୮୩୩) ରାଉରକେଲାଠାରୁ ୧୫ରୁ ୩୧ ତାରିଖ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର, ଶୁକ୍ରବାର ଓ ରବିବାର ରାତି ୧୧ଟା ୨୫ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ। ଏହି ଟ୍ରେନ୍‌ରେ ଗୋଟିଏ ଏସି-୨ ଟାୟାର, ତିନିଟି ଏସି-୩ ଟାୟାର, ଆଠଟି ସ୍ଲିପର କ୍ଲାସ, ଚାରିଟି ଦ୍ୱିତୀୟ ଶ୍ରେଣୀ ସିଟିଂ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍‌ ଭ୍ୟାନ୍‌ ଉପଲବ୍ଧ ହେବ। ଏହା ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ଉଭୟ ପାର୍ଶ୍ୱରୁ କଟକ, ଢେଙ୍କାନାଳ, ତାଳଚେର ରୋଡ୍‌, ଅନୁଗୋଳ, ସମ୍ବଲପୁର ସିଟି ଏବଂ ଝାରସୁଗୁଡା ମଧ୍ୟରେ ରହଣି କରିବ।

୦୨୮୩୬/୦୨୮୩୫ ପୁରୀ-ରାଉରକେଲା-ପୁରୀ ହକି ସ୍ପେଶାଲ ୧୪ରୁ ୩୧ ତାରିଖ ପର୍ଯ୍ୟନ୍ତ ପ୍ରତିଦିନ ଚଳାଚଳ କରିବ। ଏହି ଟ୍ରେନ ପୁରୀଠାରୁ ସକାଳ ୫ଟା ୧୫ରେ ଛାଡି ରାଉରକେଲାଠାରେ ଅପରାହ୍ନ ୧୨ଟା ୪୫ରେ ପହଞ୍ଚତ୍ବ। ଫେରିବା ମାର୍ଗରେ ଏହା ରାଉରକେଲାଠାରୁ ଅପରାହ୍ନ ୧ଟା ୩୦ରେ ଛାଡି ପୁରୀରେ ରାତି ୧୦ଟା ୩୦ରେ ପହଞ୍ଚତ୍ବ। ଏହି ଟ୍ରେନ୍‌ରେ ଦୁଇଟି ଏସି -୩ ଟାୟାର୍‌, ତିନୋଟି ସ୍ଲିପର୍‌ କ୍ଲାସ୍‌, ଛଅଟି ଦ୍ୱିତୀୟ ଶ୍ରେଣୀ ସିଟିଂ, ଦୁଇଟି ଗାର୍ଡ ତଥା ଲଗେଜ୍‌ ଏବଂ ଜେନେରେଟର କାର୍‌ ଉପଲବ୍ଧ ରହିଛି। ଏହା ଉଭୟ ପାର୍ଶ୍ୱରୁ ପୁରୀ ଓ ରାଉରକେଲା ମଧ୍ୟରେ ଖୋର୍ଦ୍ଧା ରୋଡ୍‌, ଭୁବନେଶ୍ୱର, ନରାଜ ମାର୍ଥାପୁର, ଢେଙ୍କାନାଳ, ତାଳଚେର ରୋଡ୍‌, ଅନୁଗୋଳ, ରେଢାଖୋଲ, ସମ୍ବଲପୁର ସିଟି, ଝାରସୁଗୁଡା ଏବଂ ରାଜଗାଙ୍ଗପୁର ଷ୍ଟେଶନଗୁଡ଼ିକରେ ରହଣି କରିବ।
ଏହାବ୍ୟତୀତ ୦୨୮୩୨/୦୨୮୩୧ ଭୁବନେଶ୍ୱର-ଧାନବାଦ୍‌-ଭୁବନେଶ୍ୱର ସ୍ପେଶାଲ ମଧ୍ୟ ପ୍ରତ୍ୟେକ ମଙ୍ଗଳବାର, ଶୁକ୍ରବାର ଓ ରବିବାର ଦିନ ଭୁବନେଶ୍ୱରରୁ ଓ ପ୍ରତ୍ୟେକ ସୋମବାର, ବୁଧବାର ଏବଂ ଶନିବାର ଦିନ ଧାନବାଦରୁ ରାଉରକେଲା ମାର୍ଗ ଦେଇ ଚଳାଚଳ କରୁଛି। ସେହିଭଳି ରାଉରକେଲା-ଗୁଣୁପୁର-ରାଉରକେଲା ରାଜରାଣୀ ଏକ୍ସପ୍ରେସ, ପୁରୀ-ଯୋଗ ନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ, ପୁରୀ-ହାଟିଆ ତପସ୍ବିନୀ ଏକ୍ସପ୍ରେସ, ଭୁବନେଶ୍ୱର-ରାଉରକେଲା-ଭୁବନେଶ୍ୱର ଇଣ୍ଟର ସିଟି ଏକ୍ସପ୍ରେସ, ପୁରୀ-ରାଉରକେଲା-ପୁରୀ ଏକ୍ସପ୍ରେସ୍‌ ଦୈନିକ ଚଳାଚଳ କରୁଛି, ଯାହାକି ଭୁବନେଶ୍ୱର ଓ ରାଉରକେଲାକୁ ଟ୍ରେନ ମାଧ୍ୟମରେ ସଂଯୋଗ କରୁଛି। ଏହା ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍‌ ଭାୟା ଅନୁଗୋଳ ଓ ଝାରସୁଗୁଡା ଏବଂ ଭୁବନେଶ୍ୱର-ଆନନ୍ଦ ବିହାର ଏକ୍ସପ୍ରେସ୍‌ ଭାୟା ଅନୁଗୋଳ ଓ ଝାରସୁଗୁଡା ଦେଇ ଭୁବନେଶ୍ୱର ଏବଂ ରାଉରକେଲା ମଧ୍ୟରେ ସାପ୍ତାହିକ ଭାବେ ଚଳାଚଳ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri