ଭୁବନେଶ୍ୱର-ରାଉରକେଲା ମଧ୍ୟରେ ୨ ହକି ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୧୨।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ୨ଟି ସ୍ବତନ୍ତ୍ର ହକି ଟ୍ରେନ୍‌ ଚାଲିବ। ଯାତ୍ରୀଙ୍କ ଚାହିଦା, ଅତିରିକ୍ତ ଭିଡ, ରେଳ ଯାତ୍ରୀଙ୍କୁ ଉତ୍ତମ ଯାତ୍ରା ସୁବିଧା ସହ ବିଶେଷ ଭାବେ ହକିପ୍ରେମୀଙ୍କ ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ସେବା ଯୋଗାଇଦେବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସେଗୁଡିକ ହେଲା ରାଉରକେଲା-ଭୁବନେଶ୍ୱର ସ୍ପେଶାଲ ଏବଂ ପୁରୀ-ରାଉରକେଲା-ପୁରୀ ହକି ସ୍ପେଶାଲ। ଏହାବାଦ୍‌ ପୂର୍ବରୁ ୫ଟି ଟ୍ରେନ ଚଳାଚଳ କରୁଛି।

ଆସନ୍ତା ୧୪ରୁ ୩୦ ତାରିଖ ମଧ୍ୟରେ ପ୍ରତ୍ୟେକ ସୋମବାର, ବୁଧବାର, ଗୁରୁବାର ଓ ଶନିବାରରେ ଭୁବନେଶ୍ୱର-ରାଉରକେଲା ସ୍ପେଶାଲ (ନଂ. ୦୨୮୩୪) ରାତି ୮ଟା ୨୫ରେ ଭୁବନେଶ୍ୱରରୁ ରାଉରକେଲା ଯାତ୍ରା କରିବ। ଫେରିବା ମାର୍ଗରେ ରାଉରକେଲା-ଭୁବନେଶ୍ୱର ସ୍ପେଶାଲ (ନଂ.୦୨୮୩୩) ରାଉରକେଲାଠାରୁ ୧୫ରୁ ୩୧ ତାରିଖ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର, ଶୁକ୍ରବାର ଓ ରବିବାର ରାତି ୧୧ଟା ୨୫ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ। ଏହି ଟ୍ରେନ୍‌ରେ ଗୋଟିଏ ଏସି-୨ ଟାୟାର, ତିନିଟି ଏସି-୩ ଟାୟାର, ଆଠଟି ସ୍ଲିପର କ୍ଲାସ, ଚାରିଟି ଦ୍ୱିତୀୟ ଶ୍ରେଣୀ ସିଟିଂ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍‌ ଭ୍ୟାନ୍‌ ଉପଲବ୍ଧ ହେବ। ଏହା ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ଉଭୟ ପାର୍ଶ୍ୱରୁ କଟକ, ଢେଙ୍କାନାଳ, ତାଳଚେର ରୋଡ୍‌, ଅନୁଗୋଳ, ସମ୍ବଲପୁର ସିଟି ଏବଂ ଝାରସୁଗୁଡା ମଧ୍ୟରେ ରହଣି କରିବ।

୦୨୮୩୬/୦୨୮୩୫ ପୁରୀ-ରାଉରକେଲା-ପୁରୀ ହକି ସ୍ପେଶାଲ ୧୪ରୁ ୩୧ ତାରିଖ ପର୍ଯ୍ୟନ୍ତ ପ୍ରତିଦିନ ଚଳାଚଳ କରିବ। ଏହି ଟ୍ରେନ ପୁରୀଠାରୁ ସକାଳ ୫ଟା ୧୫ରେ ଛାଡି ରାଉରକେଲାଠାରେ ଅପରାହ୍ନ ୧୨ଟା ୪୫ରେ ପହଞ୍ଚତ୍ବ। ଫେରିବା ମାର୍ଗରେ ଏହା ରାଉରକେଲାଠାରୁ ଅପରାହ୍ନ ୧ଟା ୩୦ରେ ଛାଡି ପୁରୀରେ ରାତି ୧୦ଟା ୩୦ରେ ପହଞ୍ଚତ୍ବ। ଏହି ଟ୍ରେନ୍‌ରେ ଦୁଇଟି ଏସି -୩ ଟାୟାର୍‌, ତିନୋଟି ସ୍ଲିପର୍‌ କ୍ଲାସ୍‌, ଛଅଟି ଦ୍ୱିତୀୟ ଶ୍ରେଣୀ ସିଟିଂ, ଦୁଇଟି ଗାର୍ଡ ତଥା ଲଗେଜ୍‌ ଏବଂ ଜେନେରେଟର କାର୍‌ ଉପଲବ୍ଧ ରହିଛି। ଏହା ଉଭୟ ପାର୍ଶ୍ୱରୁ ପୁରୀ ଓ ରାଉରକେଲା ମଧ୍ୟରେ ଖୋର୍ଦ୍ଧା ରୋଡ୍‌, ଭୁବନେଶ୍ୱର, ନରାଜ ମାର୍ଥାପୁର, ଢେଙ୍କାନାଳ, ତାଳଚେର ରୋଡ୍‌, ଅନୁଗୋଳ, ରେଢାଖୋଲ, ସମ୍ବଲପୁର ସିଟି, ଝାରସୁଗୁଡା ଏବଂ ରାଜଗାଙ୍ଗପୁର ଷ୍ଟେଶନଗୁଡ଼ିକରେ ରହଣି କରିବ।
ଏହାବ୍ୟତୀତ ୦୨୮୩୨/୦୨୮୩୧ ଭୁବନେଶ୍ୱର-ଧାନବାଦ୍‌-ଭୁବନେଶ୍ୱର ସ୍ପେଶାଲ ମଧ୍ୟ ପ୍ରତ୍ୟେକ ମଙ୍ଗଳବାର, ଶୁକ୍ରବାର ଓ ରବିବାର ଦିନ ଭୁବନେଶ୍ୱରରୁ ଓ ପ୍ରତ୍ୟେକ ସୋମବାର, ବୁଧବାର ଏବଂ ଶନିବାର ଦିନ ଧାନବାଦରୁ ରାଉରକେଲା ମାର୍ଗ ଦେଇ ଚଳାଚଳ କରୁଛି। ସେହିଭଳି ରାଉରକେଲା-ଗୁଣୁପୁର-ରାଉରକେଲା ରାଜରାଣୀ ଏକ୍ସପ୍ରେସ, ପୁରୀ-ଯୋଗ ନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ, ପୁରୀ-ହାଟିଆ ତପସ୍ବିନୀ ଏକ୍ସପ୍ରେସ, ଭୁବନେଶ୍ୱର-ରାଉରକେଲା-ଭୁବନେଶ୍ୱର ଇଣ୍ଟର ସିଟି ଏକ୍ସପ୍ରେସ, ପୁରୀ-ରାଉରକେଲା-ପୁରୀ ଏକ୍ସପ୍ରେସ୍‌ ଦୈନିକ ଚଳାଚଳ କରୁଛି, ଯାହାକି ଭୁବନେଶ୍ୱର ଓ ରାଉରକେଲାକୁ ଟ୍ରେନ ମାଧ୍ୟମରେ ସଂଯୋଗ କରୁଛି। ଏହା ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍‌ ଭାୟା ଅନୁଗୋଳ ଓ ଝାରସୁଗୁଡା ଏବଂ ଭୁବନେଶ୍ୱର-ଆନନ୍ଦ ବିହାର ଏକ୍ସପ୍ରେସ୍‌ ଭାୟା ଅନୁଗୋଳ ଓ ଝାରସୁଗୁଡା ଦେଇ ଭୁବନେଶ୍ୱର ଏବଂ ରାଉରକେଲା ମଧ୍ୟରେ ସାପ୍ତାହିକ ଭାବେ ଚଳାଚଳ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri