୨ ହୋମଗାର୍ଡ ବହିଷ୍କୃତ, ଜଣେ ଓଏପିଏଫ୍‌ ନିଲମ୍ବିତ

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜଧାନୀରେ ଜଣେ ନାବାଳକ ଚା’ ଦୋକାନୀଙ୍କୁ ପୋଲିସର ଗୋଇଠା ମାଡ଼ ଓ ଜିନିଷପତ୍ର ଲୁଟିନେବା ଘଟଣାରେ ଡିସିପି ଉମାଶଙ୍କର ଦାଶ ପିସିଆର୍‌ରେ ଥିବା ସମ୍ପୃକ୍ତ ୪ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ନାବାଳକଙ୍କୁ ମାଡ଼ ମାରିଥିବା ହୋମଗାର୍ଡ ଅଜୟ କୁମାର ବିଶ୍ୱାଳଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଏଥିସହ ସେଠାରେ ଉପସ୍ଥିତ ଥିବା ଅନ୍ୟ ଜଣେ ହୋମ୍‌ଗାର୍ଡଙ୍କୁ ବହିଷ୍କାର ଏବଂ ଓଏପିଏଫ୍‌ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ସେହିପରି ପିସିଆର୍‌ରେ ଥିବା ଜଣେ ଏସ୍‌ପିଓ(ସ୍ପେଶାଲ ପୋଲିସ ଅଫିସର)ଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ଉଚ୍ଚ ଅଧିକାରୀଙ୍କୁ ଅବଗତ କରାଯାଇଛି। ଅନ୍ୟପକ୍ଷରେ ଏହି ଘଟଣାରେ ରବିବାର ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଓଏସ୍‌ସିପିସିଆର୍‌) ଭୁବନେଶ୍ୱର ଡିସିପିଙ୍କୁ ରିପୋର୍ଟ ତଲବ କରିଥିଲେ। ୭ଦିନ ଭିତରେ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ସଂକ୍ରାନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସୂଚନାଯୋଗ୍ୟ, ଶହୀଦନଗର ଥାନା କେଶୁରା ଅଞ୍ଚଳରେ ଜୁଲାଇ ୨୯ରେ ଏକ ଚା’ ଦୋକାନ ଖୋଲା ରହିଥିଲା। ଲକଡାଉନ ସମୟରେ ଦୋକାନ ଖୋଲାଥିବା ଦେଖି ପିସିଆର୍‌ ଭ୍ୟାନ୍‌ରେ ୩ଜଣ ପୋଲିସ କର୍ମଚାରୀ ସେଠାରେ ପହଞ୍ଚିଥିଲେ। ସେମାନେ ଦୋକାନ ଭିତରେ ପଶି କ୍ଷୀର, ପାଉଁରୁଟି ଆଦି ବିଭିନ୍ନ ଜିନିଷ ବସ୍ତାରେ ପୂରାଇ ନେଇଯାଉଥିଲେ। ଏହି ସମୟରେ ଦୋକାନରେ ଥିବା ନାବାଳକ ଜଣକ ଏହାକୁ ବିରୋଧ କରିଥିଲେ। ହୋମଗାର୍ଡ ଅଜୟ ଉକ୍ତ ନାବାଳକଙ୍କୁ ନିସ୍ତୁକ ଗୋଇଠା ମାରିଥିଲେ। ପରେ ଦୋକାନରୁ ଜିନିଷ ନେଇ ପଳାଇଯାଇଥିଲେ। କରୋନା କଟକଣା ଆଳରେ ପୋଲିସର ଏଭଳି ଅମାନବୀୟ କାଣ୍ଡର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାପରେ ବିଭିନ୍ନ ମହଲରେ ଏହାକୁ ଦୃଢ ନିନ୍ଦା କରାଯାଇଥିଲା। ପରେ ସମ୍ପୃକ୍ତ ହୋମଗାର୍ଡଙ୍କୁ ଡିସିପି ଉମାଶଙ୍କର ଦାଶ ନିଲମ୍ବିତ କରିବା ସହ ଘଟଣାର ତଦନ୍ତ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri