୨ ଘଣ୍ଟା ପ୍ରବଳ ବର୍ଷିବ : ୬୦ରୁ ୭୦ କିମି ବେଗରେ ବହିବ ପବନ, ଏହି ଜିଲାକୁ…

ଭୁବନେଶ୍ୱର,୧୮।୪: ପାଣିପାଗ ବିଭାଗ ପକ୍ଷରୁ ୨ ଜିଲାକୁ ସତର୍କ କରାଯାଇଛି। ପ୍ରବଳ ବର୍ଷା ନେଇ ୨ ଘଣ୍ଟା ପାଇଁ ରେଡ ୱାର୍ନିଂ ଦିଆଯାଇଛି। ମୟୂରଭଞ୍ଜ ଓ ଭଦ୍ରକ ଜିଲାକୁ ପାଣିପାଗ ବିଭାଗ ସତର୍କ କରିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବଜ୍ରପାତ ନେଇ ସତର୍କ କରିଛି। ଏହି ସମୟରେ ୬୦ରୁ ୭୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ରାଜ୍ୟରେ ଆଗାମୀ ଚାରି ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଜାରି ରହିବା ସମ୍ଭାବନା ଅଛି। ୨୧ ଏପ୍ରିଲ ପର୍ଯ୍ୟନ୍ତ ଘଡ଼ଘଡ଼ି, ବଜ୍ରପାତ ଏବଂ ବର୍ଷା ଜାରି ରହିବା ସମ୍ଭାବନା ଅଛି। ଅନେକ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯିବ।

ବାଲେଶ୍ୱର, ଭଦ୍ରକ ଏବଂ ମୟୂରଭଞ୍ଜ ସମେତ ପ୍ରାୟ ୧୫ଟି ଜିଲାରେ ୪୦ ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପ୍ରବଳ ବର୍ଷା ହେବ। ଆଇଏମଡି ଦ୍ୱାରା ମାଲକାନଗିରି ଏବଂ କୋରପୁଟରେ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଗାମୀ ତିନି ଦିନ ପର୍ଯ୍ୟନ୍ତ ଦିନର ତାପମାତ୍ରା ସମାନ ରହିବାର ସମ୍ଭାବନା ଅଛି। ଫଳସ୍ୱରୂପ, ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ।

ସୁନ୍ଦରଗଡ଼,ନବରଙ୍ଗପୁର, ମାଲକାନଗିରି, ଗଜପତି, ରାୟଗଡା, ଢେଙ୍କାନାଳ, କନ୍ଧମାଳ, ଗଞ୍ଜାମ, ରାୟଗଡା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, କଟକ, ଅନୁଗୁଳ ଏବଂ କୋରାପୁଟ ଜିଲ୍ଲାର ବିଜୁଳି ଘଡଘଡି ସହ ବର୍ଷା ପବନ ୪୦ ରୁ ୫୦ କିମି ତଥା ମୟୁରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଗଞ୍ଜାମ, ଏବଂ ବଲାଙ୍ଗୀର ଜିଲ୍ଲରେ କୁଆପଥର ବର୍ଷା ସମ୍ଭାବନା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri