ବନ୍ୟପ୍ରାଣୀ ଶିକାର ଲାଗି ଚାଲିଥିଲା ବଡ଼ ଯୋଜନା: ମାଡ଼ି ବସିଲା ବନ ବିଭାଗ 

ଭଞ୍ଜନଗର,୨୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବାହାଡ଼ାପଦର ଗ୍ରାମ୍ୟ ଜଙ୍ଗଲ ନିକଟରୁ ବନ କର୍ମଚାରୀ ଦୁଇଜଣ ଶିକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ସମାପଲ୍ଲୀର ଶରତ ନାଇକ ଏବଂ ବାହାଡ଼ାପଦରର ବନମାଳୀ ଭୂୟାଁ।
ବନ ବିଭାଗ ଗିରଫ ଅଭିଯୁକ୍ତଠାରୁ ବିପୁଳ ପରିମାଣର ଜିଆଇ ଏବଂ ସର୍ଭିସ ତାର ଜବତ କରିଛି। ଗିରଫ ଦୁଇଜଣଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ସୂଚନାଯୋଗ୍ୟ, ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡର ବିଭିନ୍ନ ରେଞ୍ଜରେ କାଠ ଚୋରି ଏବଂ ବନ୍ୟପ୍ରାଣୀ ଶିକାର ଦିନକୁ ଦିନ ବଢିବାରେ ଲାଗିଛି। ଏନେଇ ପରିବେଶ ବିତ୍ତ୍‌ମାନେ ଚିନ୍ତାବ୍ୟକ୍ତ କରୁଛନ୍ତି।
ଏଭଳିସ୍ଥିତିରେ ସୋମବାର ସନ୍ଧ୍ୟାରେ ବାହାଡ଼ାପଦର ଗ୍ରାମର ବନମାଳୀ ଗାଁ ନିକଟ ଜମିରୁ ଜଙ୍ଗଲ ପର୍ଯ୍ୟନ୍ତ ଶିକାରମାନେ ହୁକିଙ୍ଗ ତାର ବିଛାଇଥିଲେ। ଏଥିରେ ଶରତ ଏବଂ ଅନ୍ୟମାନେ ସହଯୋଗ କରିଥିଲେ।
ଏନେଇ ରେଞ୍ଜର ବିମ୍ବାଧର ସାହୁ କୌଣସି ସୂତ୍ରରୁ ଖବର ପାଇ ବନପାଳ ବବୁଲ ସେଠୀଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଧେଶ ଦେଇଥିଲେ। ବନପାଳ  ସେଠୀ ବନ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ଚଢାଉ କରି ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରିଥିଲେ।
ଅନ୍ୟପକ୍ଷେ ଘଟଣାରେ ସମ୍ପୃକ୍ତ ଅନ୍ୟ କେତେଜଣ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି। ସେମାନଙ୍କୁ ଗିରଫ କରିବାକୁ ବିଭାଗୀୟ କର୍ମଚାରୀ  ଚଢାଉ ଜାରି ରଖିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri