ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୩ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ଅଛନ୍ତି ଓଡିଶୀ ନୃତ୍ୟଗୁରୁ ସସ୍ମିତା ପଣ୍ଡା ।

ରାୟଗଡା ଜିଲା ତଥା ଓଡ଼ିଶାର ସୁନାମଧନ୍ୟ ନୃତ୍ୟଶିଳ୍ପୀ ଭାବେ ବେଶ ସୁନାମ ଅର୍ଜନ କରି, ଶହ ଶହ ପିଲାଙ୍କୁ ଓଡିଶୀ ନୃତ୍ୟ ଶିକ୍ଷା ଦେଇ ସେ ରାୟଗଡା ତଥା ଗୁଣପୁର ଅଞ୍ଚଳରେ ଘରେ ଘରେ ପରିଚିତ ଥିଲେ । ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସସ୍ମିତା ପଣ୍ଡା, ଆଉ ନାହାନ୍ତି ବୋଲି ଜାଣିବା ପରେ ସମଗ୍ର ରାୟଗଡା ଜିଲାରେ ଶୋକର ଛାୟା ଖେଳିଯାଇଛି ।

ସୂଚନାଯୋଗ୍ୟ ସସ୍ମିତା ପଣ୍ଡାଙ୍କ ନୃତ୍ୟ ଅନୁଷ୍ଠାନର ଅଡିଟ ପାଇଁ କଲିକତାରୁ ଜଣେ ଓ ଓଡିଶାର ଜଣେ ଅଡିଟର ଆସିଥିଲେ । ବୁଲିବା ପାଇଁ ସସ୍ମିତା ଦୁଇ ଜଣଙ୍କୁ ସ୍କୁଟିରେ ଶେଫାଳି ପାହାଡ଼କୁ ନେଇଥିଲେ । ରାମେଶ୍ବର ଦର୍ଶନ ସାରି ଫେରିବା ବାଟରେ ବ୍ରେକ ଫେଲ ହୋଇ ଥିଲା । ତଳକୁ ଆସିବା ବେଳେ ସେ ଚିତ୍କାର କରିଥିଲେ । ଗାଡିଟି ଏକ କରେଣ୍ଟ ପୋଲକୁ ଗାଡି ଧକା ହୋଇଥିଲା । ରାତି ପ୍ରାୟ ୮ଟା ୩୫ ସମୟରେ ଏହି ଦୁର୍ଘଟଣା ଘଟିଥିଲା । ସେଠାରେ ଉପସ୍ଥିତ ଥିବା କିଛି ଵ୍ୟକ୍ତି ସେମାନଙ୍କୁ ଉଦ୍ଧାର କରି ଗୁଣପୁର ମେଡିକାଲକୁ ଆମ୍ବୁଲାନ୍ସରେ ନେଇଥିଲେ । ଘଟଣାସ୍ଥଳରେ ହିଁ ଓଡିଶା ଅଡିଟରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଅଡିଟର ଆହତ ହୋଇଥିଲେ । ତାଙ୍କୁ ଭୁବନେଶ୍ବରରେ ଚିକିତ୍ସିତ କରାଯାଉଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି । ସସ୍ମିତା ପଣ୍ଡାଙ୍କୁ ଗଭୀର ଆଘାତ ଲାଗିଥିବା କାରଣରୁ ତାଙ୍କୁ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଡାକ୍ତରଖାନାକୁ ଅଧିକ ଚିକିତ୍ସା ପାଇଁ ରେଫର ହୋଇଥିଲା ।
ବାଟରେ ପାରଳାଖେମୁଣ୍ଡି ପାଖରେ ଶରୀର ନିଷ୍କ୍ରିୟ ହୋଇଯିବା କାରଣରୁ, ପାରଳାଖେମୁଣ୍ଡି ମେଡିକାଲରେ ପୁଣି ଡାକ୍ତରଙ୍କ ଦ୍ୱାରା ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା ବେଳେ ଡାକ୍ତର ମୃତ୍ୟୁ ଘୋଷଣା କଲେ । କୋଲକାତା ଅଡିଟର ଭୁବନେଶ୍ବରରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି ।

ସୁଶ୍ରୀ ସସ୍ମିତାଙ୍କ ଘର ଭଦ୍ରକର ବାସିନ୍ଦା ହୋଇଥିବା ବେଳେ, ତାଙ୍କ ଭାଇ, ବାପା, ଦାଦା ପାରଳାଖେମୁଣ୍ଡି ଆସୁଥିବା ସୂଚନା ରହିଛି । ତାଙ୍କ ଶେଷକୃତ୍ୟ କେଉଁଠାରେ ହେବ ସେନେଇ ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri