Posted inଜାତୀୟ

କଙ୍ଗୋରେ ୨ ଭାରତୀୟ ଯବାନ ନିହତ

ନୂଆଦିଲ୍ଲୀ, ୨୭ା୭: ଆଫ୍ରିକୀୟ ରାଷ୍ଟ୍ର କଙ୍ଗୋ ସାଧାରଣତନ୍ତ୍ରରେ ଜାତିସଂଘ ବିରୋଧୀ ବିକ୍ଷୋଭ ଉଗ୍ର ହେବାରେ ଲାଗିଛି। ସ୍ଥାନୀୟ ବିଦ୍ରୋହୀଙ୍କ ହିଂସାତ୍ମକ ଆନ୍ଦୋଳନବେଳେ ୧୦ ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରେ ୨ ଭାରତୀୟ ଯବାନ ଅଛନ୍ତି। ଉଭୟ ଯବାନ ରାଜସ୍ଥାନ ବାସିନ୍ଦା। ଦୁହେଁ ହେଡ୍‌ କନଷ୍ଟେବଳ ପାହ୍ୟାର ବୋଲି ଜଣାପଡ଼ିଛି। ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ବିଏସ୍‌ଏଫ୍‌ ଯବାନ ଦ୍ୱୟଙ୍କ ମୃତ୍ୟୁରେ ଶୋକବ୍ୟକ୍ତ କରିବା ସହ ଅପରାଧୀଙ୍କ ବର୍ବର ଆକ୍ରମଣକୁ ନିନ୍ଦା କରିଛନ୍ତି।
କଙ୍ଗୋରେ ଶାନ୍ତିରକ୍ଷା ପାଇଁ ଦୁଇ ଦଶନ୍ଧି ହେଲା ଜାତିସଂଘର ବାହିନୀ ନିୟୋଜିତ ହୋଇଛି। ୟୁନାଇଟେଡ୍‌ ନେଶନ୍ସ ଅର୍ଗାନାଇଜେଶନ ଷ୍ଟାବିଲାଇଜେଶନ ମିଶନ (ମୋନୁସ୍କୋ) ୨୦୧୦ ମସିହାରୁ ଏଥିରେ ସାମିଲ ହୋଇଛି। ସେଠାରେ ମୋନୁସ୍କୋର ୧୮ ହଜାର ସୁରକ୍ଷା କର୍ମୀ ଅଛନ୍ତି। ସେମାନଙ୍କ ମଧ୍ୟରେ ଭାରତ, ପାକିସ୍ତାନ ଓ ବାଂଲାଦେଶର ୧୨ ହଜାର ଶାନ୍ତି ରକ୍ଷକ ଅଛନ୍ତି। ବିଦେଶୀ ସୈନ୍ୟଙ୍କ ଉପସ୍ଥିତିକୁ ସ୍ଥାନୀୟ ଶତାଧିକ ସଶସ୍ତ୍ର ବିଦ୍ରୋହୀ ଗୋଷ୍ଠୀ ବିରୋଧ କରିଆସୁଛନ୍ତି। ଅନ୍ତର୍ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ସୋମବାର ବୁଟେମ୍ବୋରେ ହିଂସ୍ର ଆନ୍ଦୋଳନବେଳେ ୫ଶହରୁ ଊର୍ଦ୍ଧ୍ୱ ବିଦ୍ରୋହୀଙ୍କ ଆକ୍ରମଣରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ମଙ୍ଗଳବାର ଏହି ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ଏଥିସହ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। କଙ୍ଗୋ ପୋଲିସ ଓ ସୈନ୍ୟମାନେ ଆନ୍ଦୋଳନସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ କରିଥିଲେ। ବିଏସ୍‌ଏଫ୍‌ ପକ୍ଷରୁ ଲୁହବୁହା ବାଷ୍ପ ପ୍ରୟୋଗ କରାଯାଇଥିଲା। ସେମାନେ ବିଦ୍ରୋହୀମାନଙ୍କୁ ଘଉଡାଇ ଦେଇଥିଲେ। କିନ୍ତୁ ସଶସ୍ତ୍ର ବିଦ୍ରୋହୀ ପୁଣି ଥରେ ଫେରି ପାଲଟା ଆକ୍ରମଣ କରିଥିଲେ। ଏହି ଘାତକ ଆକ୍ରମଣ ପାଇଁ ଦାୟୀ ଅପରାଧୀମାନଙ୍କୁ ଆଇନର କାଠଗଡ଼ାକୁ ଆଣିବା ଜରୁରୀ ବୋଲି ଜୟଶଙ୍କର ଟୁଇଟ କରିଛନ୍ତି। ଦୁଇ ପ୍ଲାଟୁନ୍‌ ଅର୍ଥାତ୍‌ ୭୦ରୁ ୭୪ ବିଏସ୍‌ଏଫ୍‌ ଯବାନଙ୍କୁ ଗତ ମେ’ରେ କଙ୍ଗୋକୁ ପଠାଯାଇଥିଲା ବୋଲି ଜଣେ ଅଧିକାରୀ କହିଛନ୍ତି। ବିଦ୍ରୋହୀ ଗୋଷ୍ଠୀ ଶାନ୍ତିରକ୍ଷକମାନଙ୍କୁ ତୁରନ୍ତ ଦେଶ ଛାଡ଼ି ଚାଲିଯିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri