ହାନ୍ତା ଭାଇରସ୍‌ ସଂକ୍ରମିତ କ୍ରୁଜ୍‌ ଜାହାଜରେ ୨ ଭାରତୀୟ

ଲଣ୍ଡନ/ନୂଆଦିଲ୍ଲୀ,୯ା୫: ହାନ୍ତା ଭାଇରସ୍‌ ସଂକ୍ରମିତ ହୋଇଥିବା ଡଚ୍‌ର କ୍ରୁଜ୍‌ ଜାହାଜ ଏମ୍‌ଭି ହୋଣ୍ଡିଅସ୍‌ର କ୍ରିଉ ସଦସ୍ୟଙ୍କ ମଧ୍ୟରେ ଅନୂ୍ୟନ ୨ ଜଣ ଭାରତୀୟ ଥିବା ଜଣାପଡ଼ିଛି। ଜାହାଜରେ ହାନ୍ତା ଭାଇରସ୍‌ ୫ ଜଣଙ୍କୁ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କ ଜୀବନ ଯାଇଛି। ଓସନଓ୍ବାଇଡ୍‌ ଏକ୍ସପେଡିଶନ୍ସ ଦ୍ୱାରା ପରିଚାଳିତ ଉକ୍ତ ଲକ୍‌ଜୁରି କ୍ରୁଜ୍‌ ଜାହାଜ ଏପ୍ରିଲ ୧ରେ ଆର୍ଜେଣ୍ଟିନାର ଉଶୁଆଇଆରୁ ଯାତ୍ରା ଆରମ୍ଭ କରିଥିଲାବେଳେ ମେ’ ୧୦ରେ ସ୍ପେନ୍‌୍‌ର କାନାରି ଦ୍ୱୀପରେ ପହଞ୍ଚତ୍ବା ଆଶା କରାଯାଉଛି। ଜାହାଜରେ ୨୮ଟି ଦେଶର ୧୫୦ ଜଣ ଯାତ୍ରୀ ଥିବାବେଳେ ଏପ୍ରିଲ ୨୪ରେ ସେଣ୍ଟ ହେଲେନ୍‌ ଦ୍ୱୀପରେ କେତେଜଣ ଯାତ୍ରୀ ଅବତରଣ କରିଥିଲେ। ଯାତ୍ରୀମାନଙ୍କ ମଧ୍ୟରୁ ୩୮ ଜଣ ଫିଲିପାଇନ୍ସର ହୋଇଥିବାବେଳେ ବ୍ରିଟେନ୍‌ର ୩୧, ଆମେରିକାର ୨୩, ନେଦରଲାଣ୍ଡସ୍‌ର ୧୬, ସ୍ପେନ୍‌ର ୧୪, ଜର୍ମାନୀର ୯, କାନାଡାର ୬ ଏବଂ ଭାରତର ୨ ଜଣ ଥିଲେ ବୋଲି ବିବିସି ରିପୋର୍ଟରେ କୁହାଯାଇଛି। ୮ଟି ସନ୍ଦିଗ୍ଧ ହାନ୍ତା ଭାଇରସ୍‌ ମାମଲାରୁ ୫ଟି ସ୍ପଷ୍ଟ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ଡଚ୍‌ ମହିଳା, ତାଙ୍କ ସ୍ବାମୀ ଏବଂ ଜଣେ ଜର୍ମାନ ମହିଳା ଅଛନ୍ତି।
ସଂକ୍ରମିତ ଜାହାଜରେ ୨ ଭାରତୀୟ ରହିଥିଲେ ମଧ୍ୟ ସେମାନେ ଅଲଗା ରହିଥିତ୍ବାରୁ ଭାରତରେ ତୁରନ୍ତ ସ୍ବାସ୍ଥ୍ୟ ସଙ୍କଟ ସମ୍ଭାବନା ନାହିଁ ବୋଲି ଆଇସିଏମ୍‌ଆର୍‌ର ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି (ଏନ୍‌ଆଇଭି) ନିର୍ଦ୍ଦେଶକ ଡ. ନବୀନ କୁମାର ଶୁକ୍ରବାର କହିଛନ୍ତି। ବର୍ତ୍ତମାନ ସୁଦ୍ଧା ଗୋଷ୍ଠୀ ସଂକ୍ରମଣର କୌଣସି ପ୍ରମାଣ ନ ଥିବା ସେ କହିଛନ୍ତି। ସଂକ୍ରମିତ ମୂଷା କିମ୍ବା ସେମାନଙ୍କ ମଳ, ଲାଳ, ପରିସ୍ରା ସଂସ୍ପର୍ଶରେ ଆସିଲେ ମଣିଷ ଦେହକୁ ଏହି ଭୂତାଣୁ ସଂକ୍ରମିତ ହୋଇଥାଏ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?