୨ ଆଦିବାସୀ ପରିବାର ଗାଁରୁ ବାସନ୍ଦ

ଯୋଡ଼ା,୪ ।୨(ଡି.ଏନ.ଏ.) କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କନକନା ଗ୍ରାମରେ ଧର୍ମାନ୍ତରୀକରଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଗ୍ରାମର ୨ଟି ପରିବାରର ୧୬ଜଣ ୩ ମାସ ପୂର୍ବେ ଧର୍ମ ବଦଳାଇଥିଲେ। ଝାଡ଼ଖଣ୍ଡ ରାଜ୍ୟରୁ ଏକ ନିର୍ଦ୍ଦିଷ୍ଟ ଧର୍ମର ଲୋକେ ଆସି ଉକ୍ତ ଅଦିବାସୀ ପରିବାରକୁ ବିଭିନ୍ନ ପ୍ରଲୋଭନ ଦେଖାଇ ସେମାନଙ୍କ ଧର୍ମ ପରିବର୍ତ୍ତନ କରାଇଥିଲେ। ଏକଥା ଜଣାପଡ଼ିବା ପରେ ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏକ ସପ୍ତାହ ହେଲା ଉକ୍ତ ଦୁଇ ପରିବାରକୁ ଗ୍ରାମରୁ ବାସନ୍ଦ କରାଯାଇଛି। ଆଦିବାସୀ ସମାଜ ଏହାକୁ ବିରୋଧ କରି ଥାନାରେ ଅଭିଯୋଗ କରିଥିଲେ। ବାମେବାରୀ ଥାନା ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ଏ ନେଇ ଆଲୋଚନା ହୋଇଥିଲା। ମଙ୍ଗଳବାର ଗ୍ରାମରେ ଏକ ବୈଠକ ଅନୁଷ୍ଠିତ ହୋଇ ଧର୍ମ ପରିବର୍ତ୍ତନ କରିଥିବା ୧୬ ଜଣଙ୍କୁ ସ୍ବଧର୍ମକୁ ଫେରାଇ ଅଣାଯିବ ବୋଲି ନିଷ୍ପତ୍ତି ନିଆଯାଇଥିବା ପୋଲିସ ସୂଚନା ଦେଇଛି। ଏହି ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଜିଲାପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଣସେଚିତ ଜମି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

ବିଲକୁ ଯିବା ବାଟରେ ଗୋଡାଇ ଗୋଡାଇ କାମୁଡିଲା ମାଙ୍କଡ଼, ତଳେ ପଡିଯିବାରୁ…..

ଆନନ୍ଦପୁର,୧୮।୮(ସୁଶାନ୍ତ କୁମାର ସାହୁ): ମାଙ୍କଡ଼ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଆନନ୍ଦପୁର…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri