ପ୍ରାଣୀଧନ ନିରୀକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ଦୁଇ ଗୁରୁତର

ଆନନ୍ଦପୁର,୨୬ା୭(ସନ୍ତୋଷ ରାଉତ): ପ୍ରାଣୀଧନ ନୀରିକ୍ଷକଙ୍କ ଉନ୍ମତ୍ତ କାଣ୍ଡରେ ଦୁଇ ଜଣ ଗୁରୁତର ହୋଇ ଆନନ୍ଦପୁର ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସମ୍ପୃକ୍ତ ପ୍ରାଣୀଧନ ନିରୀକ୍ଷକ ଅପରେଶନ ବ୍ଲେଡରେ ଜଣଙ୍କ ବେକକୁ କାଟିଥିବା ବେଳେ ଉଦ୍ଧାର କରିବାକୁ ଯାଇ ଅନ୍ୟ ଜଣେ ଯୁବକଙ୍କ ପେଟରେ ବ୍ଲେଡ୍‌ ବାଜି କଟିଯାଇଛି। ଘଟଣା ଜଣାପଡ଼ିବା ପରେ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ପ୍ରାଣୀଧନ ନିରୀକ୍ଷକଙ୍କୁ କାବୁ କରି ଥାନାକୁ ଆଣିଛି। ଏଭଳି ଘଟଣା ଘସିପୁରା ଥାନା କୋଳିମାଟିଠାରେ ଦେଖିବାକୁ ମିଳିଛି। କୋଳିମାଟି ପ୍ରାଣୀ ଚିକିତ୍ସା କେନ୍ଦ୍ରର ପ୍ରାଣୀଧନ ନିରୀକ୍ଷକ ଶିବୁଲ ନାୟକ ପ୍ରଥମେ ଗାଁଛକଠାରେ ମଦ୍ୟପ ଅବସ୍ଥାରେ ଶିବ ସୁନ୍ଦର ପ୍ରଧାନ ନାମକ ବ୍ୟକ୍ତିଙ୍କୁ ଗାଳିଗୁଲଜ କରିଥିଲେ। ଘଟଣାକୁ ନେଇ ଉଭୟ ଶିବ ସୁନ୍ଦର ଓ ଶିବୁଲଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହା ମଧ୍ୟରେ ଶିବ ସୁନ୍ଦର ଶିବୁଲଙ୍କୁ ଏକ ଶକ୍ତ ଚାପୁଡା ମାରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ପ୍ରାଣୀଧନ ନିରୀକ୍ଷକ ଶିବୁଲ ନିଜ ପକେଟରେ ରଖିଥିବା ଅପରେଶନ୍‌ ବ୍ଲେଡ୍‌ ସହାୟତାରେ ଶିବସୁନ୍ଦରଙ୍କ ବେକକୁ କାଟି ଦେଇଥିଲେ। ଘଟଣାସ୍ଥଳରେ ଉପସ୍ଥିତ ଥିବା ଶିବସୁନ୍ଦରଙ୍କ ସାଙ୍ଗ ରାଜୁ ରଣା ଛଡ଼ାଇବାକୁ ଆସିଥିବା ବେଳେ ସେ ବ୍ଲେଡ୍‌ ଆକ୍ରମଣର ଶିକାର ହୋଇଥିଲେ। ଫଳରେ ତାଙ୍କ ପେଟ କଟିଯାଇଥିଲା। ଉଭୟଙ୍କୁ ଚିକିତ୍ସା ପାଇଁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଶିବସୁନ୍ଦରଙ୍କ ଅବସ୍ଥା ଗୁରୁତର ରହିଛି। ଘଟଣାର ସୂଚନା ପାଇ ଘସିପୁରା ଥାନାଧିକାରୀ ବିକ୍ରମ କୁମାର ଭୂୟାଁ ସଦଳବଳ ପହଞ୍ଚି ଶିବୁଲଙ୍କୁ ଥାନାକୁ ଆଣି ପଚରାଉଚରା ଜାରି ରଖିଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri