ଗରମ ଡାଲି ପଡ଼ି ୨ ବୋଝିଆ ଆହତ

ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ପରିସରରେ ଶନିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ମହାପ୍ରସାଦ ବୋଝେଇ ନେଉଥିବା ବେଳେ ଗରମ ଡାଲି ପଡ଼ି ୨ଜଣ ବୋଝିଆ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ବାରମ୍ବାର ଏପରି ଘଟଣା ଘଟୁଥିବାବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଶ୍ରୀଜଗନ୍ନାଥ ମନ୍ଦିର ମହାପ୍ରସାଦ ବାହକ ସଂଘ ଅସନ୍ତୋଷ ପ୍ରକାଶ କରିଛି। ସୂଚନାଯୋଗ୍ୟ, ଶନିବାର ମହାପ୍ରଭୁଙ୍କ ପ୍ରଥମ ଭୋଗ ମଣ୍ଡପ ସମ୍ପନ୍ନ ହେବା ପରେ ପରମ୍ପରା ଅନୁଯାୟୀ ବୋଝିଆ ବା ମହାପ୍ରସାଦ ବାହକମାନେ ବେତା ନେଇ ମହାପ୍ରସାଦ ଭୋଗମଣ୍ଡପରୁ କାଢି ଆନନ୍ଦବଜାରକୁ ନେବା ପାଇଁ ଯାଇଥିଲେ। ମହାପ୍ରସାଦ ନେଇ ୨ ବୋଝିଆ ତଳଜଙ୍ଗ ଗ୍ରାମର ପପି ପ୍ରଧାନ ଓ ବ୍ରହ୍ମଗିରି ଅଞ୍ଚଳର ପ୍ରଦୀପ ସାହୁ ଆସିବାବେଳେ ଭୋଗମଣ୍ଡପ ରାସ୍ତା ଖସଡ଼ା ଥିବାରୁ ତାଙ୍କର ଗୋଡ଼ ଖସି ତଳେ ପଡ଼ିଯାଇଥିଲେ। ଫଳରେ ୨ଜଣଙ୍କ ଦେହରେ ଗରମ ଡାଲି ପଡ଼ି ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ଶ୍ରୀମନ୍ଦିର ଆମ୍ବୁଲାନ୍ସ ଯୋଗେ ସଦର ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ଏ ନେଇ ଶ୍ରୀଜଗନ୍ନାଥ ମନ୍ଦିର ମହାପ୍ରସାଦ ସଂଘ ଉଦ୍‌ବେଗ ପ୍ରକାଶ କରିଛି। ଏ ପ୍ରସଙ୍ଗରେ ସଂଘ ସଭାପତି ରୋହିତ ଦାଶଙ୍କ କହିବା ଅନୁଯାୟୀ, ମହାପ୍ରସାଦ ଭୋଗ ସରିଲେ ବୋଝିଆମାନେ ବେତା ନେଇ ମହାପ୍ରସାଦକୁ ବାହାରକୁ ଆଣନ୍ତି। ଅନେକ ସମୟରେ ମହାପ୍ରସାଦ ଆଣିବା ସମୟରେ ଅଘଟଣ ଘଟୁଛି। ଯାହାକୁ ନେଇ ବୋଝିଆ ଭାଇମାନଙ୍କ ପାଇଁ ପ୍ରଶାସନ ପକ୍ଷରୁ ଇନ୍ସୁରାନ୍ସ କରିବା ପାଇଁ ବାରମ୍ବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳଙ୍କୁ ଜଣାଯାଉଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ। ତେଣୁ ସମସ୍ତ ବୋଝିଆଙ୍କ ପାଇଁ ପ୍ରଶାସନ ପକ୍ଷରୁ ଇନ୍ସୁରାନ୍ସ କରାଯାଉ। ସେହିଭଳି ଅନେକ ସମୟରେ ବାହର ପିଲା ଆସି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ତେଣୁ ଆଇଡି କାର୍ଡ ପାଇଁ ମଧ୍ୟ କରିବାକୁ ସୁଆର ମହାସୁଆର ନିଯୋଗ, ପ୍ରଶାସନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିକଟରେ ଦାବି ହେଉଛି। ଏଥିସହ ଗୋଡ଼ ଖସୁଥିବା ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସଂଘ ସଭାପତି ରୋହିତ ଦାଶ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri