ଗରମ ଡାଲି ପଡ଼ି ୨ ବୋଝିଆ ଆହତ

ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ପରିସରରେ ଶନିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ମହାପ୍ରସାଦ ବୋଝେଇ ନେଉଥିବା ବେଳେ ଗରମ ଡାଲି ପଡ଼ି ୨ଜଣ ବୋଝିଆ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ବାରମ୍ବାର ଏପରି ଘଟଣା ଘଟୁଥିବାବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଶ୍ରୀଜଗନ୍ନାଥ ମନ୍ଦିର ମହାପ୍ରସାଦ ବାହକ ସଂଘ ଅସନ୍ତୋଷ ପ୍ରକାଶ କରିଛି। ସୂଚନାଯୋଗ୍ୟ, ଶନିବାର ମହାପ୍ରଭୁଙ୍କ ପ୍ରଥମ ଭୋଗ ମଣ୍ଡପ ସମ୍ପନ୍ନ ହେବା ପରେ ପରମ୍ପରା ଅନୁଯାୟୀ ବୋଝିଆ ବା ମହାପ୍ରସାଦ ବାହକମାନେ ବେତା ନେଇ ମହାପ୍ରସାଦ ଭୋଗମଣ୍ଡପରୁ କାଢି ଆନନ୍ଦବଜାରକୁ ନେବା ପାଇଁ ଯାଇଥିଲେ। ମହାପ୍ରସାଦ ନେଇ ୨ ବୋଝିଆ ତଳଜଙ୍ଗ ଗ୍ରାମର ପପି ପ୍ରଧାନ ଓ ବ୍ରହ୍ମଗିରି ଅଞ୍ଚଳର ପ୍ରଦୀପ ସାହୁ ଆସିବାବେଳେ ଭୋଗମଣ୍ଡପ ରାସ୍ତା ଖସଡ଼ା ଥିବାରୁ ତାଙ୍କର ଗୋଡ଼ ଖସି ତଳେ ପଡ଼ିଯାଇଥିଲେ। ଫଳରେ ୨ଜଣଙ୍କ ଦେହରେ ଗରମ ଡାଲି ପଡ଼ି ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ଶ୍ରୀମନ୍ଦିର ଆମ୍ବୁଲାନ୍ସ ଯୋଗେ ସଦର ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ଏ ନେଇ ଶ୍ରୀଜଗନ୍ନାଥ ମନ୍ଦିର ମହାପ୍ରସାଦ ସଂଘ ଉଦ୍‌ବେଗ ପ୍ରକାଶ କରିଛି। ଏ ପ୍ରସଙ୍ଗରେ ସଂଘ ସଭାପତି ରୋହିତ ଦାଶଙ୍କ କହିବା ଅନୁଯାୟୀ, ମହାପ୍ରସାଦ ଭୋଗ ସରିଲେ ବୋଝିଆମାନେ ବେତା ନେଇ ମହାପ୍ରସାଦକୁ ବାହାରକୁ ଆଣନ୍ତି। ଅନେକ ସମୟରେ ମହାପ୍ରସାଦ ଆଣିବା ସମୟରେ ଅଘଟଣ ଘଟୁଛି। ଯାହାକୁ ନେଇ ବୋଝିଆ ଭାଇମାନଙ୍କ ପାଇଁ ପ୍ରଶାସନ ପକ୍ଷରୁ ଇନ୍ସୁରାନ୍ସ କରିବା ପାଇଁ ବାରମ୍ବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳଙ୍କୁ ଜଣାଯାଉଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ। ତେଣୁ ସମସ୍ତ ବୋଝିଆଙ୍କ ପାଇଁ ପ୍ରଶାସନ ପକ୍ଷରୁ ଇନ୍ସୁରାନ୍ସ କରାଯାଉ। ସେହିଭଳି ଅନେକ ସମୟରେ ବାହର ପିଲା ଆସି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ତେଣୁ ଆଇଡି କାର୍ଡ ପାଇଁ ମଧ୍ୟ କରିବାକୁ ସୁଆର ମହାସୁଆର ନିଯୋଗ, ପ୍ରଶାସନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିକଟରେ ଦାବି ହେଉଛି। ଏଥିସହ ଗୋଡ଼ ଖସୁଥିବା ସ୍ଥାନରେ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସଂଘ ସଭାପତି ରୋହିତ ଦାଶ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri