ଅନୁଗୋଳ, ୨୯।୩: ଅନୁଗୋଳ ଜିଲା ସଦର ଥାନା କୁଶାସିଂହା ଗାଁରେ ରବିବାର ଦୋଳଯାତ୍ରା ଚାଲିଥିବା ବେଳେ କିଛି ଦୁର୍ବୃତ୍ତଙ୍କ ଖଣ୍ଡା ଆକ୍ରମଣରେ ୨ ଜଣ ଆହତ ହୋଇଛନ୍ତି । ଆହତ ଦ୍ୱୟଙ୍କ ମଧ୍ୟରେ ଜଣେ କୁଶାସିଂହା ଗାଁର ସାଗର ଦାସ ଓ ଅନ୍ୟଜଣେ ସେହି ରାସ୍ତା ଦେଇ ଆସୁଥିବା ବାଟୋଇ ବୋଲି ଜଣାପଡିଛି ।
ସୂଚନାନୁସାରେ, ଗାଁରେ ଦୋଳଯାତ୍ରା ଚାଲିଥିବା ବେଳେ ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ମଧ୍ୟ ଯୋଗ ଦେଇଥିଲେ। ସେଠାରୁ ବିଧାୟକ ଫେରୁଥିବା ବେଳେ ତାଙ୍କ ସହ ଗାଁର ସାଗର ଦାସଙ୍କ ସମେତ ଆଉ କିଛି ବ୍ୟକ୍ତି ମଧ୍ୟ ଥିଲେ। ସେମାନେ ଗାଁ ମୁଣ୍ଡରେ ହୋଇଥିବା ବେଳେ ୪-୫ ଜଣ ଦୁର୍ବୃତ୍ତ ହଠାତ ଖଣ୍ଡା ଧରି ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ସାଗର ଦାଶଙ୍କ ବେକ ପାଖରେ ଆଘାତ ଲାଗିଥିବା ବେଳେ ସେହି ରାସ୍ତା ଦେଇ ଆସୁଥିବା ଅନ୍ୟ ଜଣେ ଯୁବକଙ୍କ ହାତରେ ସାମାନ୍ୟ ଆଘାତ ଲାଗିଥିଲା । କେହି କିଛି ବୁଝିବା ଆଗରୁ ଦୁର୍ବୃତ୍ତମାନେ ସେଠାରୁ ଚମ୍ପଟ ମାରିଥିଲେ । ତେବେ ଏହି ଆକ୍ରମଣ ପଛରେ ପୂର୍ବ ଶତ୍ରୁତା ରହିଥିବା ଅନୁମାନ କରାଯାଉଛି। କରଡାଗାଡିଆର ଜଣେ ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ କରିବାକୁ ଦୁର୍ବୃତ୍ତମାନେ ଯାଇଥିବା ସୂଚନା ମିଳିଛି । ଏ ନେଇ ଅନୁଗୋଳ ସଦର ଥାନାରେ ଅଭିଯୋଗ ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି ।
Posted inଅନୁଗୋଳ, ଆମ ଜିଲା ଖବର, ହୋଲି View All
ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ
ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…
ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର
କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…
ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ
ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…
୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା
ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…
ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ
ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…
ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା
ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…
ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା
ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…
ଏଡ୍ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ
ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

