୨ ହାତୀଦାନ୍ତ ଜବତ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୩।୬(ବ୍ୟୁରୋ): କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବନ୍ୟପ୍ରାଣୀ ଚାଲାଣକାରୀଙ୍କୁ ଗିରଫ କରିଛି। ସେ ହେଲେ କନ୍ଧକୋଇଲି ଗ୍ରାମର ଦୁର୍ଯ୍ୟୋଧନ ପ୍ରଧାନ। ତାଙ୍କଠାରୁ ୪ କେଜି ୫୦୦ ଗ୍ରାମର ୨ଟି ହାତୀଦାନ୍ତ ଜବତ କରାଯାଇଛି। ସେ ହାତୀ ଦାନ୍ତ ରଖିବା ସଂକ୍ରାନ୍ତ କୌଣସି ବୈଧ କାଗଜପତ୍ର ଦେଖାଇ ପାରି ନ ଥିଲେ। ତେଣୁ ତାଙ୍କୁ ଗିରଫ ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁଗୋଳ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି। ତେବେ ସେ କୌଣସି ହାତୀକୁ ଶିକାର କରିଥିଲେ କି, ଉକ୍ତ ଦାନ୍ତ କାହାକୁ ଦେଇଥାନ୍ତେ, ଏଥିରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି ଏଭଳି ବିଭିନ୍ନ ଦିଗକୁ ନେଇ ଏସ୍‌ଟିଏଫ୍‌ ଓ ବନବିଭାଗ ମିଳିତ ତଦନ୍ତ ଜାରି ରଖିଛନ୍ତି। ଅନ୍ୟପକ୍ଷରେ ୨୦୨୦ ମସିହାରୁ ଏଯାବତ୍‌ ୨୬ଟି ହାତୀ ଦାନ୍ତ ଜବତ କରାଯାଇଥିବା ଏସ୍‌ଟିଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, ଅନୁଗୋଳ ଜିଲାରେ ଥିବା ଜଙ୍ଗଲରେ ହାତୀ ମୃତ୍ୟୁ ହେଉଥିବା ଅଭିଯୋଗ ହୋଇ ଆସୁଛି। ଅଭିଯୁକ୍ତ ଦୁର୍ଯ୍ୟୋଧନ ହାତୀଦାନ୍ତ ଚୋରାଚାଲାଣ କରୁଥିବା ଏସ୍‌ଟିଏଫ୍‌ ସୂଚନା ପାଇଥିଲା। ତେଣୁ ତାଙ୍କୁ ଧରିବା ପାଇଁ ଏସ୍‌ଟିଏଫ୍‌ ଯୋଜନା କରିଥିଲା। ବୁଧବାର ବିଳମ୍ବିତ ରାତିରେ ଦୁର୍ଯ୍ୟୋଧନ ତାଙ୍କ ଗ୍ରାମ କନ୍ଧକୋଇଲି ନିକଟରେ ହାତୀଦାନ୍ତ ଧରି ଗ୍ରାହକଙ୍କୁ ଅପେକ୍ଷା କରିଥିଲେ। ଏହି ସମୟରେ ଏସ୍‌ଟିଏଫ୍‌ ଓ ବନ ବିଭାଗର ମିଳିତ ଟିମ୍‌ ସେଠାରେ ଚଢ଼ାଉ କରି ତାଙ୍କୁ କାବୁ କରିଥିଲେ। ଯାଞ୍ଚ ପରେ ତାଙ୍କଠାରୁ ଦୁଇଟି ହାତୀଦାନ୍ତ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri