ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ପ୍ରତି ଆକ୍ରମଣ ଘଟଣା: ୨ ଗଲେ ଜେଲ୍‌

ଦିଗପହଣ୍ଡି,୧୮ା୧୨(ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ ନରେନ୍ଦ୍ରପୁର ଛତ୍ରମନ୍ଦିର ଗ୍ରାମର ଏନ୍‌.ହନୁ ରେଡ୍ଡୀ ଓରଫ ଏନ. ସନ୍ତୋଷ ରେଡ୍ଡୀ ଏବଂ ପି. ଚକରା ରେଡ୍ଡୀଙ୍କୁ ବୁଧବାର ଦିଗପହଣ୍ଡି ପୋଲିସ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି। କେସ୍‌ ନଂ.୪୯୪/୨୪ ଏବଂ ୪୯୫/୨୪ ପୃଥକ୍‌ ମାମଲାରେ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ପ୍ରାୟ ୨ ମାସ ପୂର୍ବେ ଗାଁ ମଣ୍ଡପରେ ତାସ ଖେଳ ଚାଲିଥିବା ବେଳେ ସନ୍ତୋଷ ଏବଂ ଚକ୍ରପାଣିଙ୍କ ମଧ୍ୟରେ ବଚସା ପରେ ଧସ୍ତାଧସ୍ତି ହୋଇଥିଲା। ଗତ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ ଟାରେ ସନ୍ତୋଷ ଘରେ ନ ଥିବା ବେଳେ ଚକରାଙ୍କ ପୁଅ ପି.ପୂର୍ଣ୍ଣ ରେଡ୍ଡୀ ତାଙ୍କ ଘର ସମ୍ମୁଖରେ ଆପତ୍ତିଜନକ ଭାଷାରେ ଗାଳି କରୁଥିଲେ। ସନ୍ତୋଷ ଘରକୁ ଫେରିବା ପରେ ସ୍ତ୍ରୀ ବୁଲି ରେଡ୍ଡୀ ଚକରାଙ୍କ ଘରକୁ ଯାଇ ତାଙ୍କ ସ୍ତ୍ରୀ ଅରାଲୁ ରେଡ୍ଡୀ ଏବଂ ଝିଅ ବୁଦ୍ଧେଶ୍ୱରୀ ରେଡ୍ଡୀଙ୍କୁ ଜଣାଇବା ପରେ ସେମାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ସନ୍ତୋଷ ସନ୍ଧ୍ୟା ୫ଟାରେ ସେଠାରେ ପହଞ୍ଚି ଅରାଲୁଙ୍କ ସ୍ବାମୀ ଚକରାଙ୍କ ମୁଣ୍ଡକୁ ଠେଙ୍ଗାରେ ମାଡ଼ ମାରିଥିଲେ। ଚକରା ମଧ୍ୟ ଏକ ଠେଙ୍ଗାରେ ସନ୍ତୋଷଙ୍କ ମୁଣ୍ଡକୁ ପ୍ରହାର କରିବାରୁ ସେ ଆହତ ହୋଇଥିଲେ। ଉଭୟଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଉଭୟପକ୍ଷ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତମାନଙ୍କ ନାଁରେ ମୋକଦ୍ଦମା ରୁଜୁକରି ତଦନ୍ତ ଚଳାଇଥିଲେ। ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ମନୋଜ କୁମାର ସିଂ ଏବଂ ଅଜୟ କୁମାର ନାୟକ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ଆକ୍ରମଣ ପ୍ରତି ଆକ୍ରମଣ ଘଟଣାରେ ବ୍ୟବହୃତ ୨ଟି ବାଉଁଶ ଠେଙ୍ଗାକୁ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri