Posted inଜାତୀୟ

କୁଲଗାମରେ ଜୈଶର ୨ଆତଙ୍କବାଦୀ ନିପାତ

ଶ୍ରୀନଗର,୨୪।୪: ଜମ୍ମୁ-କଶ୍ମୀର କୁଲଗାମ ଜିଲାର ମିରହମା ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଶନିବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ମୃତ ୨ଜଣ ଆତଙ୍କବାଦୀ ଜୈଶ-ଏ- ମହମ୍ମଦ ସଂଗଠନର ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, କୁଲଗାମ ଜିଲାର ମିରହମା ଅଞ୍ଚଳରେ କିଛି ସନ୍ଦିଗ୍ଧ ଆତଙ୍କବାଦୀ ଲୁଚିରହିଥିବା ନେଇ କୁଲଗାମ ପୋଲିସକୁ ବିଶ୍ୱସ୍ତ ସୂତ୍ରରୁ ଏକ ଖବର ମିଳିଥିଲା। ଏହାପରେ ପୋଲିସ ଓ ସେନାର ମିଳିତ ସହଯୋଗରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖି ସେମାନଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ପ୍ରତିଜବାବରେ ମଧ୍ୟ ସୁରକ୍ଷାକର୍ମୀ ସେମାନଙ୍କ ଉପରେ ଆକ୍ରମଣ କରିଥିେଲେ। ତେବେ ଗୁଳିବିନିମୟରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିସହ ସେମାନଙ୍କ ମୃତଦେହ ଜବତ କରାଯିବା ସହିତ ଘଟଣାସ୍ଥଳରୁ ଆପତ୍ତିଜନକ ସାମଗ୍ରୀ, ଅସ୍ତ୍ରଶସ୍ତ୍ର ଓ ଗୋଳା ବାରୁଦ ଜବତ କରାଯାଇଛି। ଅନ୍ୟପଟେ ଉକ୍ତ ଅଞ୍ଚଳକୁ ଖାଲି କରାଯିବା ସହ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେସନ୍‌ ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri