Posted inଜାତୀୟ

ମାଓବାଦୀ ଆକ୍ରମଣରେ ୨ ଯବାନ ଶହୀଦ…

ରାୟପୁର,୨୦।୨ : ଛତିଶଗଡର ରାଜନନ୍ଦଗାଓଁରେ ପୁଣି ଥରେ ଏକ ବଡ଼ ମାଓବାଦୀ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି। ନକ୍ସଲ ଆକ୍ରମଣରେ ଦୁଇ ଜଣ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣା ରାଜନନ୍ଦଗାଓଁ ଜିଲାର ବୋରତଲାଭ ପୋଲିସ ଷ୍ଟେଶନ ଅଞ୍ଚଳରେ ଘଟିଛି। ଯେଉଁଠାରେ ବୋରତଲାଭ ପୋଲିସ ନିକଟସ୍ଥ ଗୋନ୍ଦିଆ ମହାରାଷ୍ଟ୍ର ସୀମାରେ ଥିବା ଚେକ ପୋଷ୍ଟରେ ଯବାନମାନେ ଡ୍ୟୁଟିରେ ଥିବାବେଳେ ମାଓବାଦୀମାନେ ହଠାତ ଜଙ୍ଗଲରୁ ଆସି ଏଭଳି କାଣ୍ଡ ଭିଆଇଛନ୍ତି।

ଶହୀଦ ଯବାନମାନଙ୍କ ନାମ ରାଜେଶ ଏବଂ ଲଲିତ ବୋଲି ଜଣାପଡିଛି। ଡିଏସପି ନକ୍ସଲ ଅପରେଶନ ଅଜିତ ଆ୍ର କହିଛନ୍ତି ଯେ ସକାଳ ପ୍ରାୟ 8 ରୁ 8.30 ମଧ୍ୟରେ ବର୍ଟଲାଭ ପୋଲିସ ଷ୍ଟେସନ ଅଞ୍ଚଳର ବୋର୍ଟଲାଭ ଗୋନ୍ଦିଆ ସୀମାରେ ଯବାନ ଆଙ୍ଗରେ କହିଛନ୍ତି ଯବାନମାନଙ୍କୁ ମୋବାଇଲ ଚେକ ପୋଷ୍ଟରେ ସକାଳ ସାଢ଼େ ୮ ସମୟରେ ମୁତୟନ କରାଯାଇଥିଲା। ଯାନବାହନ ଯାଞ୍ଚ କରାଯାଉଥିଲା। ଏହି ସମୟରେ ହଠାତ ମାଓବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହା ସହିତ ମାଓବାଦୀମାନେ ମୋଟରସାଇକେଲରେ ନିଆଁ ଲଗାଇ ଦେଇଥିଲେ। ଅନ୍ୟପକ୍ଷରେ, ଏହାର ସୂଚନା ପାଇବା ମାତ୍ରେ ଅତିରିକ୍ତ ଫୋର୍ସକୁ ଘଟଣାସ୍ଥଳକୁ ପଠାଯାଇଛି। ସମଗ୍ର ଘଟଣାର ଅନୁସନ୍ଧାନ କରାଯାଉଛି।
ଶହୀଦ ହୋଇଥିବା ଯବାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri