ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ନିହତ ଯବାନ ହେଲେ ଅମର ପାନୱାର୍‌ ଓ କେ. ରାଜେଶ ।
ନାରାୟଣପୁର ଜିଲାର ଓର୍ଚା, ମୋହାଣ୍ଡି ଏବଂ ଇରାକବତୀରୁ ଅଞ୍ଚଳରେ ଆଇଟିବିପି, ବିଏସ୍‌ଏଫ ଓ ଡିଆର୍‌ଜିର ଯବାନମାନେ ଶନିବାର ତଲାସି କରୁଥିଲେ। ଏମାନେ ଫେରିବା ବେଳେ ମୋହନ୍ଦି ଜଙ୍ଗଲରେ ମାଓବାଦୀମାନେ ଖଞ୍ଜିଥିବା ଆଇଇଡି ବିସ୍ଫୋରଣ ଘଟିଥିଲା। ଏଥିରେ ଆଇଟିବିପିର ୨ ଯବାନ ଗୁରୁତର ହୋଇଥିବା ବେଳେ ନାରାୟଣପୁର ଜିଲା ପୋଲିସର ୨ ଜଣ ଯବାନ ଆହତ ହୋଇଥିଲେ। ଗୁରୁତର ଦ୍ୱୟଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ନାରାୟଣପୁରକୁ ହେଲିକପ୍ଟର ଯୋଗେ ନିଆଯାଉଥିବା ବେଳେ ପାଗ ଖରାପ ଯୋଗୁ ଠିକ୍‌ ସମୟରେ ପହଞ୍ଚିପାରି ନ ଥିଲା । ଫଳରେ ୨ଜଣଙ୍କର ମୃତ୍ୟୁ ହୋଇଥିଲା। ସେହିପରି ଅନ୍ୟ ୨ଜଣ ଆହତ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri