ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ନିହତ ଯବାନ ହେଲେ ଅମର ପାନୱାର୍‌ ଓ କେ. ରାଜେଶ ।
ନାରାୟଣପୁର ଜିଲାର ଓର୍ଚା, ମୋହାଣ୍ଡି ଏବଂ ଇରାକବତୀରୁ ଅଞ୍ଚଳରେ ଆଇଟିବିପି, ବିଏସ୍‌ଏଫ ଓ ଡିଆର୍‌ଜିର ଯବାନମାନେ ଶନିବାର ତଲାସି କରୁଥିଲେ। ଏମାନେ ଫେରିବା ବେଳେ ମୋହନ୍ଦି ଜଙ୍ଗଲରେ ମାଓବାଦୀମାନେ ଖଞ୍ଜିଥିବା ଆଇଇଡି ବିସ୍ଫୋରଣ ଘଟିଥିଲା। ଏଥିରେ ଆଇଟିବିପିର ୨ ଯବାନ ଗୁରୁତର ହୋଇଥିବା ବେଳେ ନାରାୟଣପୁର ଜିଲା ପୋଲିସର ୨ ଜଣ ଯବାନ ଆହତ ହୋଇଥିଲେ। ଗୁରୁତର ଦ୍ୱୟଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ନାରାୟଣପୁରକୁ ହେଲିକପ୍ଟର ଯୋଗେ ନିଆଯାଉଥିବା ବେଳେ ପାଗ ଖରାପ ଯୋଗୁ ଠିକ୍‌ ସମୟରେ ପହଞ୍ଚିପାରି ନ ଥିଲା । ଫଳରେ ୨ଜଣଙ୍କର ମୃତ୍ୟୁ ହୋଇଥିଲା। ସେହିପରି ଅନ୍ୟ ୨ଜଣ ଆହତ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri