Posted inଜାତୀୟ

ରାଜସ୍ଥାନ ହାଇକୋର୍ଟରେ ୨ ଜଜ୍‌ ଦମ୍ପତି

ଜୟପୁର,୧୮।୧: ରାଜସ୍ଥାନ ହାଇକୋର୍ଟରେ ସୋମବାର ୯ ନୂଆ ବିଚାରପତି ଦାୟିତ୍ୱ ଗ୍ରହଣ କରିବା ପରେ ଏବେ ୨ ଜଜ୍‌ ଦମ୍ପତି କୋର୍ଟରେ କାର୍ଯ୍ୟରତ ଅଛନ୍ତି। ସେମାନେ ହେଲେ, ଡା. ନୂପୁର ଭଟି ଓ ତାଙ୍କ ସ୍ବାମୀ ପୁଷ୍ପେନ୍ଦ୍ର ଭଟି ଏବଂ ମହେନ୍ଦ୍ର କୁମାର ଗୋୟଲ ଓ ଶୋଭା ମେହେଟ୍ଟା। ପୁଷ୍ପେନ୍ଦ୍ର ୨୦୧୬ରୁ ହାଇକୋର୍ଟରେ ଜଜ୍‌ ଭାବେ କାର୍ଯ୍ୟ କରିଆସୁଥିବାବେଳେ ସ୍ତ୍ରୀ ନୁପୂର ନୂଆ କରି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଗତବର୍ଷ ଜୁନ୍‌ରେ ଜଷ୍ଟିସ୍‌ ଶୋଭା ମେହେଟ୍ଟା ଜଜ୍‌ ଭାବେ ଶପଥ ଗ୍ରହଣ କରିଥିଲେ। ତାଙ୍କ ସ୍ବାମୀ ଜଷ୍ଟିସ୍‌ ମହେନ୍ଦ୍ର କୁମାର ଗୋୟଲ ୨୦୧୯ରେ ହାଇକୋର୍ଟ ଜଜ୍‌ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ରାଜସ୍ଥାନ ହାଇକୋର୍ଟରେ ମୋଟ ୫୦ ଜଜ୍‌ ପଦବୀ ଥିବାବେଳେ ସେଥିମଧ୍ୟରୁ ୩୮ଟି ସ୍ଥାୟୀ ଏବଂ ୧୨ ଅତିରିକ୍ତ ।
୨୦୨୦ ଡିସେମ୍ବରରେ ମାଡ୍ରାସ ହାଇକୋର୍ଟରେ ଏକ ଜଜ୍‌ ଦମ୍ପତି ଶପଥ ନେଇଥିବାବେଳେ ୨୦୧୯ରେ ଜଷ୍ଟିସ୍‌ ବିବେକ ପୁରୀ ଏବଂ ଅର୍ଚ୍ଚନା ପୁରୀ ଗୋଟିଏ ଦିନରେ ପଞ୍ଜାବ-ହରିୟାଣା ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ୨୦୦୯ରେ ଦିଲ୍ଲୀ ହାଇକୋର୍ଟରେ ଜଜ୍‌ ଦମ୍ପତି ଏ.କେ. ପାଠକ ଏବଂ ଇନ୍ଦରମିତ କୌର ଏକାଠି କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri