Posted inଜାତୀୟ

ଶୁଣାଣିରୁ ଓହରିଲେ ୨ ବିଚାରପତି

ନୂଆଦିଲ୍ଲୀ,୧୪।୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଥିଲେ। ଉକ୍ତ ରାୟର ପୁନର୍ବିଚାର ଲାଗି ହୋଇଥିବା ଆବେଦନର ଶୁଣାଣିରୁ ହାଇକୋର୍ଟ ମୁଖ୍ୟ ବିଚାରପତି ସତୀଶ ଚନ୍ଦ୍ର ଶର୍ମା ଏବଂ ଜଷ୍ଟିସ୍‌ ସୁବ୍ରମଣ୍ୟମ ପ୍ରସାଦ ଶୁକ୍ରବାର ଓହରିଯାଇଛନ୍ତି। ପିଟିଶନରେ ବିଚାରପତିଙ୍କ ବିରୋଧରେ କେତେକ ଅଭିଯୋଗ ରହିଥିଲା। ତେଣୁ ସେମାନେ ମାମଲାର ଶୁଣାଣି କରିପାରିବେ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି। ଏହାର ଶୁଣାଣି ଆସନ୍ତା ୧୬ ତାରିଖରେ ଅନ୍ୟ ଏକ ଖଣ୍ଡପୀଠରେ ହେବ ବୋଲି ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଶର୍ମାଙ୍କ ଖଣ୍ଡପୀଠ କହିଛନ୍ତି। ଅନ୍ୟପକ୍ଷରେ ଆବେଦନକାରୀଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ ପାଇଁ କେନ୍ଦ୍ର ସରକାରଙ୍କ ଓକିଲ ଦାବି କରିଥିଲେ। ସିଜେଆଇ ଚନ୍ଦ୍ରଚୂଡ଼ଙ୍କ ନିଯୁକ୍ତିକୁ ବିରୋଧ କରି ସଞ୍ଜୀବ କୁମାର ତିଓ୍ବାରି ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ଗତ ନଭେମ୍ବର ୧୧ରେ ହାଇକୋର୍ଟ ଏହାକୁ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri