ବାଇକ୍‌ ଉପରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ସୋନପୁର,୬।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଖାରୀ-ବଲାଡି ରାସ୍ତାରେ ରବିବାର ଏକ ସର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବଲାଡି ପୋଲ ନିକଟରେ ବାଇକ୍‌କୁ ଏକ ହାଇଓ୍ବା ଧକ୍କା ଦେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ତରଭା ଥାନା ବଲାଡି ଗାଁର ଦୁର୍ଯ୍ୟେଧନ ସୁନା(୪୫) ଓ ଶିବନାରାୟଣ ସାହୁ(୩୫)। ଆହତ ଧୁରୁକୁଟୁ କଲତା(୫୭)ଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ହାଇଓ୍ବା ଡ୍ରାଇଭରଙ୍କ ବେପରୁଆ ଡ୍ରାଇଭିଂ ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଡ୍ରାଇଭରଙ୍କୁ ଗିରଫ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ କ୍ଷତିପୂରଣ ଦାବିରେ ଅଞ୍ଚଳବାସୀ ବଲାଡିଠାରେ ରାସ୍ତାରୋକୋ କରିଛନ୍ତି। ଖବରପାଇ ଅତିରିକ୍ତ ଆରକ୍ଷୀ ଅଧୀତ୍କ୍ଷକ କେ.କେ. ହରିପ୍ରସାଦ, ସୋନପୁର ଉପଜିଲାପାଳ ଡ. ସୌମ୍ୟରୂପା ରଥ, ସୋନପୁର ବିଡିଓ ସଞ୍ଜିବ ସାହୁ, ସୋନପୁର ଏସ୍‌ଡିପିଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ତରଭା ଆଇଆଇସି ଅନିତା କିଡୋ, ସୋନପୁର ଅତିରିକ୍ତ ତହସିଲଦାର ଯୋଗେଶ୍ୱର ଧରୁଆ ଘଟଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରୁଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ରାସ୍ତାରୋକୋ ଜାରି ରହିଛି।

ସୂଚନା ଅନୁଯାୟୀ ବଲାଡି ଗାଁର ଦୁର୍ଯ୍ୟୋଧନ ସୁନା ଓ ଧୁରୁକୁଟୁ କଲତା ବସ୍‌ରେ ଆସି ଖାରୀ ଛକରେ ଓହ୍ଲାଇଥିଲେ। ଶିବନାରାୟଣ ଉଭୟଙ୍କୁ ନିଜ ବାଇକ୍‌ (ନଂ. ଓଡି୩୧ଏଫ-୨୭୪୫)ରେ ବଲାଡି ନେଉଥିଲେ। ତେବେ ତିନି ଜଣ ଗାଁରେ ପହଞ୍ଚିବା ଠିକ୍‌ ପୂର୍ବରୁ ଦୁର୍ଘଟଣା ଘଟିଥିଲା। ଏକ ହାଇଓ୍ବା ସମ୍ମୁଖ ପଟୁ ବାଇକ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଡ୍ରାଇଭର ହାଇଓ୍ବାକୁ ନେଇ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri