ଟ୍ରାଏଲ୍‌ ରନ୍‌ ସମୟରେ ଟ୍ରେନ୍‌ରେ କଟି ୨ଜଣଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି ଗ୍ରାମବାସୀ

ରାୟଗଡା/ଜେକେପୁର,୨୫।୧(ଆଶିଷ ରଞ୍ଜନ ପଣ୍ଡା/ନିଧି ଗାଣ୍ଡେଚା): ରାୟଗଡ଼ା- ଜେକେପୁର ମଧ୍ୟରେ ତୃତୀୟ ରେଳ ଲାଇନ ନିର୍ମାଣ ହେବା ପରେ ବୁଧବାର ରାତିରେ ଟ୍ରାଏଲ ରନ୍‌ କରାଯାଇଥିଲା। ଏହି ସମୟରେ ଟ୍ରେନରେ କଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେବଦଳାଗୁଡ଼ା ଗ୍ରାମର ଆମିଶି ରାଓ ପୁଲାକା ଓ ସିବନ କାଡ୍ରାକା। ଅଘଟଣକୁ ନେଇ ଉକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଗୁରୁବାର ଗ୍ରାମବାସୀମାନେ କ୍ଷତି ପୂରଣ ଦାବିରେ ଘଟଣାସ୍ଥଳରେ ଅଡି ବସିଛନ୍ତି। କ୍ଷତି ପୂରଣ ନ ଦେବା ଯାଏ ସେଠାରୁ ମୃତଦେହ ହଟିବ ନାହିଁ ବୋଲି ଗ୍ରାମବାସୀ କହିଛନ୍ତି। ବୁଧବାର ରେଳ ନିରାପତ୍ତା କମିଶନର ବ୍ରିଜେଶ କୁମାର ଏହି ଲାଇନର ସ୍ଥିତି ଅନୁଧ୍ୟାନ କରି ଫେରିବାର କିଛି ଘଣ୍ଟା ପରେ ହିଁ ଏହି ଅଘଟଣ ଘଟିଛି।

ରେଳ ଚଳାଚଳକୁ ସୁଗମ କରିବା ପାଇଁ ବିଶାଖାପାଟଣା- ଟିଟିଲାଗଡ଼ ମଧ୍ୟରେ ତୃତୀୟ ରେଳ ଲାଇନ ନିର୍ମାଣ ଚାଲିଛି। ତେବେ ରାୟଗଡ଼ାଠାରୁ ସିଙ୍ଗାପୁର ରୋଡ ପର୍ଯ୍ୟନ୍ତ ହୋଇଥିବା ଏହି ରେଳ ଲାଇନ ନିର୍ମାଣର ନିରାପତ୍ତା ବ୍ୟବସ୍ଥା ତଦାରଖ କରାଯାଇଥିଲା। ରାତି ପ୍ରାୟ ୯ଟା ସମୟରେ ଏହି ନବ ନିର୍ମିତ ଟ୍ରାକ୍‌ରେ ଟ୍ରେନ ଟ୍ରାଏଲ ରନ୍‌ ହୋଇଥିଲା। ତେବେ ଦେବଦଳାଗୁଡ଼ା ଗ୍ରାମର ଆମିଶି ଓ ସିବନ ଚାଷ କାମ ସାରି ଗାଁ ନିକଟସ୍ଥ ଦେଇ ଯାଇଥିବା ଉକ୍ତ ନୂତନ ରେଳ ଧାରଣା ପାରି ହେବା ସମୟରେ ଟ୍ରେନଟି ତାଙ୍କ ଉପରେ ମାଡ଼ିଯାଇଥିଲା। ସେମାନଙ୍କ ମୃତ୍ୟୁର କ୍ଷତି ପୂରଣ ପ୍ରତିବାଦରେ ବର୍ତ୍ତମାନ ଗୁରୁବାର ସକାଳୁ ଗ୍ରାମବାସୀ ସେଠାରେ ଅଡି ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri