ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…

ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) – ​ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ ନିକଟରେ ମଙ୍ଗଳବାର ଭୋର ସମୟରେ ଏକ ଅଜଣା ଗାଡ଼ି ଏକ କାରକୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ।
ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ବଲାଙ୍ଗିର ଅଭିମୁଖେ ଯାଉଥିବା ଏକ କାର୍‌କୁ ପଛପଟୁ କୌଣସି ଏକ ଅଜଣା ଗାଡ଼ି ଜୋରରେ ଧକ୍କା ଦେବା ସହ କିଛି ବାଟ ଘୋଷାଡ଼ି ନେଇଥିଲା। ଧକ୍କା ଏତେ ଭୟଙ୍କର ଥିଲା ଯେ, କାର୍‌ରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇବା ପରେ ଅଜଣା ଗାଡ଼ିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

ଖବର ପାଇ ବୌଦ୍ଧ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବୌଦ୍ଧ ମେଡିକାଲ ପଠାଇଛନ୍ତି । ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ବଲାଙ୍ଗୀର ଅଞ୍ଚଳର ବୋଲି ପୋଲିସ ସୂଚନା ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?